ନମ୍ବର ପ୍ଲେଟ୍‌ ଦଣ୍ଡ: ୨,୬୭୪ ଯାନ ବିରୋଧରେ ଚାଲାଣ

ଭୁବନେଶ୍ବର, ୧୬ା୨(ବ୍ୟୁରୋ): କଠୋର ହେଲେ ରାଜ୍ୟ ସରକାର। ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ନମ୍ବର ପ୍ଲେଟ୍‌(ଏଚ୍‌ଏସ୍‌ଆର୍‌ପି) ଉଲ୍ଲଂଘନ ଅଭିଯୋଗରେ ଓଡ଼ିଶା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ୨,୬୭୪ ଯାନ ବିରୋଧରେ ଚାଲାଣ କାଟିଛି। ଫେବୃୟାରୀ ୧ରୁ ଗତ ୧୧ ତାରିଖ ପର୍ଯ୍ୟନ୍ତ ୧୧ଦିନ ଭିତରେ ଏହି ସବୁ ଚାଲାଣ କଟାଯାଇଛି। ୨୦୨୨ ଜୁନ୍‌ ୧ ପୂର୍ବରୁ ରାଜ୍ୟ ପରିବହନ ବିଭାଗ ସମସ୍ତ ଶ୍ରେଣୀ ଯାନ ପାଇଁ ଏଚ୍‌ଏସ୍‌ଆର୍‌ପି ବାଧ୍ୟତାମୂଳକ କରିଛନ୍ତି, ଯାହା ୨୦୧୯ ଏପ୍ରିଲ ୧ ପୂର୍ବରୁ ପଞ୍ଜୀକୃତ ହୋଇଥିଲା। ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରି ଆଡିସନାଲ କମିଶନର ଟ୍ରାନ୍ସପୋର୍ଟ ଲାଲମୋହନ ସେଠୀ କହିଛନ୍ତି, ୨୦୨୩ ଫେବୃୟାରୀ ୧୩ ସୁଦ୍ଧା ମୋଟ୍‌ ୩୮,୪୯,୪୯୮ ଜଣ ଗାଡି ମାଲିକ ସ୍ଲଟ୍‌ ବୁକ୍‌ କରିଛନ୍ତି। ସେଥିମଧ୍ୟରୁ ୩୧,୬୫,୮୫୦ଟି ଗାଡ଼ିରେ ଏଚ୍‌ଏସ୍‌ଆର୍‌ପି ଲଗାଯାଇଛି। ଯଦି ନିର୍ଦ୍ଧାରିତ ତାରିଖ ମଧ୍ୟରେ ଗାଡିରେ ଏଚ୍‌ଏସ୍‌ଆର୍‌ପି ସହିତ ସଂଲଗ୍ନ ନ ହୁଏ, ତେବେ ଗାଡି ମାଲିକଙ୍କ ବିରୋଧରେ ଇ-ଚାଲାଣ ଜାରି କରାଯିବ। ଜରିମାନା ବାବଦକୁ ୫,୦୦୦ ଟଙ୍କା କିମ୍ବା ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ଆଦାୟ କରାଯିବ ବୋଲି କମିଶନର କହିଛନ୍ତି। ସେ କହିଛନ୍ତି, ଏ ପର୍ଯ୍ୟନ୍ତ ଜାରି କରାଯାଇଥିବା ଚାଲାଣଗୁଡିକ ମଧ୍ୟରେ ଅଧିକାଂଶ ଯାନ ଦୁଇଚକିଆ। ଜରିମାନା ଉଲ୍ଲଂଘନକାରୀଙ୍କ ଉପରେ ୫୦୦୦ ଟଙ୍କା ଜରିମାନା ଲଗାଯାଇଛି। ଭବିଷ୍ୟତରେ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯେଉଁ ଗାଡି ମାଲିକମାନେ ଇଣ୍ଟରନେଟ୍‌ର ବ୍ୟବହାର କରନ୍ତି ନାହିଁ କିମ୍ବା ଟେକ୍ନୋଲୋଜି ବିଷୟରେ ଅଧିକ ଜ୍ଞାନ ନାହିଁ, ସେମାନେ ନିକଟସ୍ଥ ମୋ’ ସେବା କେନ୍ଦ୍ର କିମ୍ବା ସେମାନଙ୍କ ସୁବିଧା ଅନୁଯାୟୀ ଆର୍‌ଟିଓରେ ଥିବା ଏଚ୍‌ଏସ୍‌ଆର୍‌ପି ସୁବିଧା କେନ୍ଦ୍ର ମାଧ୍ୟମରେ ଏଚ୍‌ଏସ୍‌ଆର୍‌ପି ପାଇଁ ଆବେଦନ କରିପାରିବେ। ୨୦୧୯ ଜାନୁୟାରୀ ୧ ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଯାନଗୁଡିକରେ (ଯାହାର ନମ୍ବର ପ୍ଲେଟ୍‌ରେ ଶେଷ ଅଙ୍କ ୧, ୨, ୩, ୪, ୫ ଓ ୬ ଥିବ) ଏଚ୍‌ଏସ୍‌ଆର୍‌ପି ସଂଲଗ୍ନ କରିବାର ସମୟ ସୀମା ୨୦୨୨ ଡିସେମ୍ବର ୩୧କୁ ଧାର୍ଯ୍ୟ କରାଯାଥିଲା। ସେହିପରି ୭ ଓ ୮ ସହିତ ସମାପ୍ତ ହେଉଥିବା ଯାନଗୁଡିକର ନମ୍ବର ପାଇଁ ଶେଷ ତାରିଖ ୨୦୨୩ ଜାନୁୟାରୀ ୩୧ରେ ଶେଷ ହୋଇଛି। ୯ ଓ ୦ ସହିତ ଶେଷ ହେଉଥିବା ନମ୍ବର ବିଶିଷ୍ଟ ଯାନଗୁଡିକ ପାଇଁ ଏଚ୍‌ଏସ୍‌ଆରପି ସଂଲଗ୍ନର ଶେଷ ତାରିଖ ୨୦୨୩ ଫେବୃୟାରୀ ୨୮ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri