୮ ଲକ୍ଷ ଟପିଲା ସଂକ୍ରମଣ

ନୂଆଦିଲ୍ଲୀ,୧୧ା୭: ଭାରତରେ କରୋନା ସଂକ୍ରମଣ ଶୁକ୍ରବାର ୮ ଲକ୍ଷ ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୧,୭୨୪ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୫୦୬ ନୂଆ ମାମଲା ଚିହ୍ନଟ ହୋଇଥିବାବେଳେ ୪୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୧,୨୮୬ ହୋଇଛି।ଗତ ୩ ଦିନରେ ପାଖାପାଖି ଲକ୍ଷେ ସଂକ୍ରମିତ ହୋଇଛନ୍ତି। ସକ୍ରିୟ ମାମଲା ୨,୭୬,୬୮୫ ରହିଥିବାବେଳେ ୪,୯୫,୫୧୨ ଜଣ ସୁସ୍ଥ ହେଲେଣି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆରୋଗ୍ୟ ହାର ୬୨.୪୨ ପ୍ରତିଶତ ରହିଛି। ୧୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ କମ୍‌ ରହିଛି। ବର୍ତ୍ତମାନ ସୁଦ୍ଧା୧.୧ କୋଟି ଲୋକଙ୍କର କୋଭିଡ୍‌ ପରୀକ୍ଷା କରାଗଲାଣି।
ମହାରାଷ୍ଟ୍ରରେ ସର୍ବାଧିକ ୨,୩୦,୫୯୯ ସଂକ୍ରମିତ ହୋଇଥିବା ବେଳେ ତାମିଲନାଡୁରେ ୧,୨୬,୫୮୧, ଦିଲ୍ଲୀରେ ୧,୦୭,୦୫୧ ଆକ୍ରାନ୍ତ ହୋଇଛନ୍ତି।
ମାସେ ପୂର୍ବରୁ ଦେଶରେ କରୋନା ଜନିତ ମୃତ୍ୟୁହାର ୨.୮୨ ପ୍ରତିଶତ ଥିବାବେଳେ ଏବେ ତାହା ୨.୭୨ ପ୍ରତିଶତକୁ ହ୍ରାସ ପାଇଛି। ଏହା ଅନ୍ୟ ଦେଶଗୁଡ଼ିକ ତୁଳନାରେ ଯଥେଷ୍ଟ କମ୍‌ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। କରୋନା ରୋଗୀଙ୍କ ଚିକିତ୍ସାରେ ଉନ୍ନତି ଉପରେ ଅଧିକ ଧ୍ୟାନ ଦିଆଯାଉଛି। ସଂକ୍ରମିତଙ୍କୁ ଚିହ୍ନଟ କରିବାରେ ଆଶା, ଏଏନ୍‌ଏମ୍‌ମାନଙ୍କୁ ନିୟୋଜିତ କରାଯିବା ସହ ଆୟୁଷ୍ମାନ ଭାରତ ହେଲ୍‌ଥ ଆଣ୍ଡ ଓ୍ବେଲ୍‌ନେସ୍‌ ସେଣ୍ଟରଗୁଡ଼ିକ ମଧ୍ୟ ଯାଞ୍ଚ କାର୍ଯ୍ୟରେ ସହାୟତା କରୁଛନ୍ତି। କେରଳରେ କରୋନା ଜନିତ ମୃତ୍ୟୁହାର ସର୍ବନିମ୍ନ ୦.୪୧ ପ୍ରତିଶତ ଥିବାବେଳେ ଝାଡ଼ଖଣ୍ଡରେ ୦.୭୧, ବିହାରରେ ୦.୮୨% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri