ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ ଖୋଲାଖାତା ଭଳି ଯାହା ଆମେ ନିଜ ଇସ୍ତାହାରରେ ପ୍ରକାଶ କରିସାରିଛୁ ବୋଲି ଶନିବାର ନୂଆପଡ଼ାସ୍ଥିତ ଖୁଣ୍ଟିଆ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଅରବିନ୍ଦ ଦାସ କହିଛନ୍ତି। ସେ ଆହୁରି କହିଛନ୍ତି କି ଯିଏ ଏଭଳି ନେତା ସେ ବ୍ଲକ ଚେୟାରମ୍ୟାନ ଥିଲାବେଳେ ନିଜ ବିଡ଼ିଓଙ୍କୁ ଭିଜିଲାନ୍ସ ଦ୍ୱାରା ଧରାଇଥିଲେ। ଏପରି କି ନିଜ କର୍ମୀଙ୍କ ବିରୋଧରେ ଧାରଣା ଦେଇଥିଲେ। ତାଙ୍କ ୪୧ ବର୍ଷର ରାଜନୈତିକ ଜୀବନ ଦୁର୍ନୀତି ବିରୋଧରେ ସଂଗ୍ରାମ ଏକ ଉଦାହରଣ। ଏହି ଉପନିର୍ବାଚନରେ ଦୁର୍ନୀତି ଏକ ମୁଦ୍ଦା ହେବା ନିତାନ୍ତ ଜରୁରୀ। କାରଣ ଜଣେ ଦୁର୍ନୀତିଗ୍ରସ୍ତ ବିଧାୟକ ସାଧାରଣ ଜନତାଙ୍କ ଅଧିକାର ପାଇଁ ଲଢେଇ କରିବେ ନାହିଁ। ନୂଆପଡ଼ା ଜିଲା କଂଗ୍ରେସ ଗଣମାଧ୍ୟମ ସଂଯୋଜକ ସୁଧୀର ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ସମ୍ମିଳନୀରେ ରାଜ୍ୟ କିଷାନ କଂଗ୍ରେସ ଅଧ୍ୟକ୍ଷ ଅଭୟ ସାହୁ ଓ କଳାହାଣ୍ଡି ଲୋକ ସଭା ସଦସ୍ୟ ପ୍ରାର୍ଥୀ ଦ୍ରୌପଦୀ ମାଝୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri