ଭୁବନେଶ୍ୱର,୨୦।୫: ଦେଶର ପ୍ରମୁଖ ଡିଜିଟାଲ ପ୍ଲାଟ୍ଫର୍ମ ନୁରେ ଭାରତ ନେଟ୍ୱର୍କର ନୂଆ ମୋବାଇଲ ଆପ୍ ‘ପିପୋ ନେଟ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଜରିଆରେ ରେଳଯାତ୍ରୀଙ୍କୁ ବିଭିନ୍ନ ପ୍ରକାର ସେବା ଓ ସୁବିଧା ଆଗାମୀ ଦିନରେ ଯୋଗାଇ ଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ନୁରେ ଭାରତ ନେଟ୍ୱର୍କର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ସ୍ୟାକ୍ସ କ୍ରିଷ୍ଣା କହିଛନ୍ତି, ନୁରେ ଭାରତ ନେଟ୍ୱର୍କର ଶୁଭାରମ୍ଭ ସହିତ ଆମେ ଦେଶର ମଙ୍ଗଳ ପାଇଁ ଏକ ବୃହତ୍ ଲକ୍ଷ୍ୟ ପୂରଣ କରିବାକୁ ଯୋଜନା ରଖିଛୁ। ଫଳରେ ୱାଇଫାଇ ଆକ୍ସେସ୍ ସୁରକ୍ଷିତ ହେବ। ତେଣୁ ଆମେ ଭାରତୀୟ ନାଗରିକଙ୍କୁ ସ୍ବାସ୍ଥ୍ୟସେବା, ଶିକ୍ଷା ଆଦି ସେବାଗୁଡିକର ସୁବିଧା ଦେଇପାରିବୁ। ଟିୟର ୩ ଓ ୪ ଟାଉନଗୁଡିକରେ ଆମେ ଲୋକମାନଙ୍କୁ ଇଣ୍ଟରନେଟ୍କୁ ଗଣତାବିକ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛୁ। ସେହିଭଳି ରେଲ୍ଟେଲ୍ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର କହିଛନ୍ତି, ପିପୋନେଟ୍ର ଶୁଭାରମ୍ଭ ଏବଂ ଅପାର କ୍ଷମତା ଥିବା ଏକ ପ୍ଲାଟ୍ଫର୍ମ ମାଧ୍ୟମରେ ଭାରତକୁ ଏକାଠି କରିବା ଦିଗରେ ଆମେ କରୁଥିବା କାର୍ଯ୍ୟଗୁଡିକୁ ନେଇ ଉତ୍ସାହିତ ରହିଛୁ। ଏପରିକି ଆମେ ୩ଆଇ ଇନ୍ଫୋଟେକ୍ ଓ କନ୍ସୋର୍ଟିୟମର ଅନ୍ୟ ସଦସ୍ୟମାନଙ୍କୁ ଏହି ସାମାଜିକ-ଅର୍ଥନୈତିକ ଉଦ୍ଭାବନ ପ୍ରତି ସେମାନଙ୍କର ଯୋଗଦାନ ପାଇଁ ଶୁଭେଚ୍ଛା ଜଣାଉଛୁ।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


