ମେଡିକାଲରେ ନର୍ସ ଟଙ୍କା ମାଗୁଥିବା ଅଭିଯୋଗ

ପୋଲସରା,୧୭ା୪: ସରକାରୀ ମେଡ଼ିକାଲରେ ଗର୍ଭବତୀଙ୍କଠାରୁ ଜୋର ଜବରଦସ୍ତି ନର୍ସ ଟଙ୍କା ମାଗୁଛନ୍ତି। ନହେଲେ ଶିଶୁକୁ ଛାଡ଼ିବୁ ନାହିଁ ବୋଲି ଧମକ ଦେଉଥିବା ଅଭିଯୋଗ କରିଛନ୍ତି ଜଣେ ଗର୍ଭବତୀ ମହିଳା। ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏପରି ଘଟଣା ଘଟୁଥିବା ଅଭିଯୋଗ ଆଣିଛନ୍ତି ଡିମ୍ବିରିଆ ଗ୍ରାମର ଗର୍ଭବତୀ ମହିଳା ଶିବାନୀ ପ୍ରଧାନ। ତାଙ୍କ ଅଭିଯୋଗ ପ୍ରକାରେ, ଗତ ୧୨ ତାରିଖ ବୁଧବାର ପୋଲସରା ସରକାରୀ ମେଡିକାଲରେ ରାତି ୮ଟାରେ ଶିବାନୀଙ୍କ ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା। ସେହି ସମୟରେ କାର୍ଯ୍ୟରତ ନର୍ସ ଜୋତ୍ସ୍ନାରାଣୀ ନନ୍ଦ ଓ ଜୟନ୍ତୀ ପାତ୍ର ଗର୍ଭବତୀ ମହିଳାଙ୍କ ବାପାକୁ ୨୦୦୦ ଟଙ୍କା ମାଗିଥିଲେ। ତାଙ୍କ ବାପା ସରକାରୀ ମେଡିକାଲରେ କାହିଁକି ଟଙ୍କା ଦେବି ପଚାରିବାରୁ, ଟଙ୍କା ନଦେଲେ ଆମେ ଶିଶୁକନ୍ୟାକୁ ହସ୍ତାନ୍ତର କରିବୁ ନାହିଁ ବୋଲି କହିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି। ତେବେ ନର୍ସଙ୍କ କଥାରେ ରାଜି ହୋଇ ପରିବାର ଲୋକେ ୨୦୦୦ ଟଙ୍କା ଦେଇଥିଲେ। ଏହି ବିଷୟକୁ ନେଇ ମେଡ଼ିକାଲ ଅଧିକାରୀଙ୍କୁ କହିବାରୁ ସେ କିଛି ଶୁଣି ନଥିଲେ। ତେବେ ଏ ନେଇ ନର୍ସ ଦୁଇଜଣଙ୍କୁ ପଚାରିବାରୁ ସେମାନେ ଏହାକୁ ଅସ୍ବୀକାର କରିବା ସହିତ ଟଙ୍କା ମାଗନଥିବା କହିଛନ୍ତି। ଏ ନେଇ ଶିବାନୀଙ୍କ ପରିବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ, ଜିଲା ସ୍ବାସ୍ଥ୍ୟ ଅଧିକାରୀ, ଜିଲାପାଳ, ସ୍ବାସ୍ଥ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓଡ଼ିଶା, ୫-ଟି ସଚିବଙ୍କୁ ଲିଖିତ ଭାବେ ଡାକ ମାଧ୍ୟମରେ ଅଭିଯୋଗ କରିଥିବା କହିଛନ୍ତି। ତେବେ ଏ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଲଳିତ ରଥଙ୍କୁ ପଚାରିବାରୁ ସେ ପ୍ରତିକ୍ରିୟା ରଖିବାକୁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri