କେନ୍ଦୁଝରରେ ହେବ ନର୍ସିଂ କଲେଜ

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୦ା୭(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝରରେ ଖୁବ୍‌ଶୀଘ୍ର ସରକାରୀ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏଥିସହିତ ଏଠାରେ ଏକ ନୂଆ ନର୍ସିଂ କଲେଜ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିସହ ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ ପକ୍ଷରୁ କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ୩ ନିୟୁତ ଟନ୍‌ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ବ୍‌ିତ ଇସ୍ପାତ ପ୍ରକଳ୍ପ ସ୍ଥାପନ ହେବ। ଚମ୍ପୁଆର କରାଖେନ୍ଦ୍ରାଠାରେ ଏହି ପ୍ରକଳ୍ପ ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତି ପାଇଁ କୃତଜ୍ଞତା ଜଣାଇବା ସକାଶେ ଜିଲାର ନାଗରିକମାନଙ୍କ ପକ୍ଷରୁ ଏକ ଧନ୍ୟବାଦ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ କେନ୍ଦୁଝରରେ ଖଣି ସମୃଦ୍ଧ ଏକ ଇସ୍ପାତ କାରଖାନା ତାଙ୍କର ବହୁଦିନର ଇଚ୍ଛା ଥିଲା। ଜିଲାରେ ଇସ୍ପାତ ପ୍ରକଳ୍ପ ପାଇଁ ବିଧାୟକମାନଙ୍କଠାରୁ ଆରମ୍ଭ କରି ବୁଦ୍ଧିଜୀବୀ ଓ ସବୁ ବର୍ଗର ଲୋକମାନେ ତାଙ୍କୁ ଅନୁରୋଧ ଜଣାଇଥିଲେ। ଜିଲାରେ ଇସ୍ପାତ ପ୍ରକଳ୍ପ ସାକାର ରୂପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହିତ ତାହା ଯେପରି ଶୀଘ୍ର କାର୍ଯ୍ୟକ୍ଷମ ହୋଇପାରିବ ସେଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
କେନ୍ଦୁଝରର ବିକାଶ ପାଇଁ ବିଜୁବାବୁ ସବୁବେଳେ ତତ୍ପର ଥିଲେ। କେନ୍ଦୁଝରରେ ଆରମ୍ଭ ହୋଇଥିବା ମେଗା ପାଇପ ଜଳ ଯୋଗାଣ ଦ୍ୱାରା ସାରା ଜିଲାର ପ୍ରତି ଘରେ ଘରେ ଭଲ ପିଇବା ପାଣି ପହଞ୍ଚି ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଜିଲାର ରାସ୍ତାଘାଟ ଉନ୍ନତି କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରାଯିବ ବୋଲି ସେ କହିଥିଲେ। ତେଣୁ ସବୁ ସରକାରୀ ପ୍ରକଳ୍ପ ଯେପରି ଠିକ୍‌ ସମୟରେ ଶେଷ ହୋଇପାରିବ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁଣି ଥରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ବିଜେଡି ଜିଲା ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଭାଗୀରଥି ସେଠୀ, ଜଗନ୍ନାଥ ନାୟକ, ମୀନାକ୍ଷୀ ମହାନ୍ତ, ପୂର୍ବତନ ବିଧାୟକ ସନାତନ ମହାକୁଡ ଓ ଜିତୁ ପଟ୍ଟନାୟକଙ୍କ ସମେତ ପଦ୍ମଶ୍ରୀ ଦୈତାରି ନାୟକ, କେନ୍ଦୁଝର ନାଗରିକ ଫୋରମ୍‌, ବରିଷ୍ଠ ନାଗରିକ ମଞ୍ଚ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଇସ୍ପାତ କାରଖାନା ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri