କେନ୍ଦୁଝରରେ ହେବ ନର୍ସିଂ କଲେଜ

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୦ା୭(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝରରେ ଖୁବ୍‌ଶୀଘ୍ର ସରକାରୀ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏଥିସହିତ ଏଠାରେ ଏକ ନୂଆ ନର୍ସିଂ କଲେଜ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିସହ ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ ପକ୍ଷରୁ କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ୩ ନିୟୁତ ଟନ୍‌ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ବ୍‌ିତ ଇସ୍ପାତ ପ୍ରକଳ୍ପ ସ୍ଥାପନ ହେବ। ଚମ୍ପୁଆର କରାଖେନ୍ଦ୍ରାଠାରେ ଏହି ପ୍ରକଳ୍ପ ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତି ପାଇଁ କୃତଜ୍ଞତା ଜଣାଇବା ସକାଶେ ଜିଲାର ନାଗରିକମାନଙ୍କ ପକ୍ଷରୁ ଏକ ଧନ୍ୟବାଦ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ କେନ୍ଦୁଝରରେ ଖଣି ସମୃଦ୍ଧ ଏକ ଇସ୍ପାତ କାରଖାନା ତାଙ୍କର ବହୁଦିନର ଇଚ୍ଛା ଥିଲା। ଜିଲାରେ ଇସ୍ପାତ ପ୍ରକଳ୍ପ ପାଇଁ ବିଧାୟକମାନଙ୍କଠାରୁ ଆରମ୍ଭ କରି ବୁଦ୍ଧିଜୀବୀ ଓ ସବୁ ବର୍ଗର ଲୋକମାନେ ତାଙ୍କୁ ଅନୁରୋଧ ଜଣାଇଥିଲେ। ଜିଲାରେ ଇସ୍ପାତ ପ୍ରକଳ୍ପ ସାକାର ରୂପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହିତ ତାହା ଯେପରି ଶୀଘ୍ର କାର୍ଯ୍ୟକ୍ଷମ ହୋଇପାରିବ ସେଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
କେନ୍ଦୁଝରର ବିକାଶ ପାଇଁ ବିଜୁବାବୁ ସବୁବେଳେ ତତ୍ପର ଥିଲେ। କେନ୍ଦୁଝରରେ ଆରମ୍ଭ ହୋଇଥିବା ମେଗା ପାଇପ ଜଳ ଯୋଗାଣ ଦ୍ୱାରା ସାରା ଜିଲାର ପ୍ରତି ଘରେ ଘରେ ଭଲ ପିଇବା ପାଣି ପହଞ୍ଚି ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଜିଲାର ରାସ୍ତାଘାଟ ଉନ୍ନତି କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରାଯିବ ବୋଲି ସେ କହିଥିଲେ। ତେଣୁ ସବୁ ସରକାରୀ ପ୍ରକଳ୍ପ ଯେପରି ଠିକ୍‌ ସମୟରେ ଶେଷ ହୋଇପାରିବ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁଣି ଥରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ବିଜେଡି ଜିଲା ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଭାଗୀରଥି ସେଠୀ, ଜଗନ୍ନାଥ ନାୟକ, ମୀନାକ୍ଷୀ ମହାନ୍ତ, ପୂର୍ବତନ ବିଧାୟକ ସନାତନ ମହାକୁଡ ଓ ଜିତୁ ପଟ୍ଟନାୟକଙ୍କ ସମେତ ପଦ୍ମଶ୍ରୀ ଦୈତାରି ନାୟକ, କେନ୍ଦୁଝର ନାଗରିକ ଫୋରମ୍‌, ବରିଷ୍ଠ ନାଗରିକ ମଞ୍ଚ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଇସ୍ପାତ କାରଖାନା ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri