ରାତିଅଧରେ ଡାକ୍ତରଙ୍କ ଚାମ୍ବରକୁ ନେଇ ଆଟେଣ୍ଡାଣ୍ଟ୍‌ଙ୍କୁ ଅସଦାଚରଣ କରିଥିଲେ ନର୍ସିଂ ଅଫିସର: ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨୯।୭(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ହସ୍ପିଟାଲରେ ଜଣେ ମହିଳା ଆଟେଣ୍ଡାଣ୍ଟ ଅସଦାଚରଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। ରବିବାର ବିଳମ୍ବିତ ରାତି ପ୍ରାୟ ୧.୩୦ ବେଳେ ନର୍ସିଂ ଅଫିସର ନାନୁରାମ ଚୌଧୁରୀ ୱାର୍ଡରେ ଥିବା ଡାକ୍ତର ଚାମ୍ବରକୁ ଡାକି ଏଭଳି କାଣ୍ଡ ଘଟାଇଥିବା ପୀଡ଼ିତା ଏତଲାରେ ଦର୍ଶାଇଛନ୍ତି। ଖଣ୍ଡଗିରି ପୋଲିସ ଏସଂକ୍ରାନ୍ତରେ ଏକ ମାମଲା (ନଂ.୫୧୪/୨୦୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଏନେଇ ଏମ୍‌ସ ମୁଖ୍ୟ ଫାଟକ ନିକଟରେ ସୋମବାର ସାରେ ପୀଡ଼ିତା ଆଟେଣ୍ଡାଣ୍ଟ ଓ ତାଙ୍କ ସହକର୍ମୀମାନେ ଧାରଣା ଦେଇଥିଲେ। ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ସହ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ସେମାନେ ଦାବି କରିଛନ୍ତି। ଅପରପକ୍ଷରେ ରାତିରେ ଅଭିଯୁକ୍ତ ନର୍ସିଂ ଅଫିସର ନାନୁରାମ୍‌ଙ୍କୁ ପୋଲିସ ଗିରଫ କରିଥିବା ଡିସିପି ସୂଚନା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଅସ୍ଥିଶଲ୍ୟ ବିଭାଗର ଡି-୫ ୱାର୍ଡରେ ପୀଡ଼ିତା ଡ୍ୟୁଟି କରନ୍ତି। ରବିବାର ରାତିରେ ନର୍ସିଂ ଅଫିସର ନାନୁରାମ ୱାର୍ଡରେ ଥିବା ଡାକ୍ତର ଚାମ୍ବରକୁ ପୀଡ଼ିତା ଆଟେଣ୍ଡାଣ୍ଟଙ୍କୁ ଡାକିଥିଲେ। ସେ ଚାମ୍ବରକୁ ଯିବା ପରେ ଅଭିଯୁକ୍ତ ତାଙ୍କୁ ଟଣାଓଟରା କରି ଦୁର୍ବ୍ୟବହାର କରିଥିଲେ। ଏପରିକି ତାଙ୍କ ହାତ ଧରିବା ସହ ଅଶ୍ଳୀଳ ଇଙ୍ଗିତ କରିଥିଲେ। ଏହି ସମୟରେ ପୀଡ଼ିତା ନିଜକୁ ବଞ୍ଚାଇବାକୁ ଚେଷ୍ଟା କରି ଅଭିଯୁକ୍ତଙ୍କୁ ଧକ୍କା ମାରିବା ସହ ଚାମ୍ବରର ଡୋର୍‌ ଲକ୍‌ କରି ପଳାଇ ଆସିଥିଲେ। ଏହି ଘଟଣା ସମ୍ପର୍କରେ ପୀଡ଼ିତା ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିବା ଗଣମାଧ୍ୟମରେ କହିଛନ୍ତି। ତେବେ ଏନେଇ ଏମ୍‌ସ ଜନସମ୍ପର୍କ ଅଧିକାରୀ ରାଜକିଶୋର ଦାଶ କହିଛନ୍ତି, ପୀଡ଼ିତା ଥାନାରେ ଅଭିଯୋଗ କରିବା ପରେ ଆମକୁ ଜଣାଇଛନ୍ତି। ଆମ ପକ୍ଷରୁ ମଧ୍ୟ ପୋଲିସକୁ ଜଣାଯାଇଛି। ଏନେଇ ଅନୁସନ୍ଧାନ କରାଯାଇ ନର୍ସିଂ ଅଫିସରଙ୍କ ବିରୋଧରେ କର୍ତ୍ତୃପକ୍ଷଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଏହି ଘଟଣାରେ ମାମଲା ରୁଜୁ କରାଯାଇ ପ୍ରାଥମିକ ତଦନ୍ତ ଆରମ୍ଭ କରୁଛୁ ବୋଲି ଖଣ୍ଡଗିରି ଥାନାଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri