ରାତିଅଧରେ ଡାକ୍ତରଙ୍କ ଚାମ୍ବରକୁ ନେଇ ଆଟେଣ୍ଡାଣ୍ଟ୍‌ଙ୍କୁ ଅସଦାଚରଣ କରିଥିଲେ ନର୍ସିଂ ଅଫିସର: ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨୯।୭(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ହସ୍ପିଟାଲରେ ଜଣେ ମହିଳା ଆଟେଣ୍ଡାଣ୍ଟ ଅସଦାଚରଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। ରବିବାର ବିଳମ୍ବିତ ରାତି ପ୍ରାୟ ୧.୩୦ ବେଳେ ନର୍ସିଂ ଅଫିସର ନାନୁରାମ ଚୌଧୁରୀ ୱାର୍ଡରେ ଥିବା ଡାକ୍ତର ଚାମ୍ବରକୁ ଡାକି ଏଭଳି କାଣ୍ଡ ଘଟାଇଥିବା ପୀଡ଼ିତା ଏତଲାରେ ଦର୍ଶାଇଛନ୍ତି। ଖଣ୍ଡଗିରି ପୋଲିସ ଏସଂକ୍ରାନ୍ତରେ ଏକ ମାମଲା (ନଂ.୫୧୪/୨୦୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଏନେଇ ଏମ୍‌ସ ମୁଖ୍ୟ ଫାଟକ ନିକଟରେ ସୋମବାର ସାରେ ପୀଡ଼ିତା ଆଟେଣ୍ଡାଣ୍ଟ ଓ ତାଙ୍କ ସହକର୍ମୀମାନେ ଧାରଣା ଦେଇଥିଲେ। ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ସହ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ସେମାନେ ଦାବି କରିଛନ୍ତି। ଅପରପକ୍ଷରେ ରାତିରେ ଅଭିଯୁକ୍ତ ନର୍ସିଂ ଅଫିସର ନାନୁରାମ୍‌ଙ୍କୁ ପୋଲିସ ଗିରଫ କରିଥିବା ଡିସିପି ସୂଚନା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଅସ୍ଥିଶଲ୍ୟ ବିଭାଗର ଡି-୫ ୱାର୍ଡରେ ପୀଡ଼ିତା ଡ୍ୟୁଟି କରନ୍ତି। ରବିବାର ରାତିରେ ନର୍ସିଂ ଅଫିସର ନାନୁରାମ ୱାର୍ଡରେ ଥିବା ଡାକ୍ତର ଚାମ୍ବରକୁ ପୀଡ଼ିତା ଆଟେଣ୍ଡାଣ୍ଟଙ୍କୁ ଡାକିଥିଲେ। ସେ ଚାମ୍ବରକୁ ଯିବା ପରେ ଅଭିଯୁକ୍ତ ତାଙ୍କୁ ଟଣାଓଟରା କରି ଦୁର୍ବ୍ୟବହାର କରିଥିଲେ। ଏପରିକି ତାଙ୍କ ହାତ ଧରିବା ସହ ଅଶ୍ଳୀଳ ଇଙ୍ଗିତ କରିଥିଲେ। ଏହି ସମୟରେ ପୀଡ଼ିତା ନିଜକୁ ବଞ୍ଚାଇବାକୁ ଚେଷ୍ଟା କରି ଅଭିଯୁକ୍ତଙ୍କୁ ଧକ୍କା ମାରିବା ସହ ଚାମ୍ବରର ଡୋର୍‌ ଲକ୍‌ କରି ପଳାଇ ଆସିଥିଲେ। ଏହି ଘଟଣା ସମ୍ପର୍କରେ ପୀଡ଼ିତା ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିବା ଗଣମାଧ୍ୟମରେ କହିଛନ୍ତି। ତେବେ ଏନେଇ ଏମ୍‌ସ ଜନସମ୍ପର୍କ ଅଧିକାରୀ ରାଜକିଶୋର ଦାଶ କହିଛନ୍ତି, ପୀଡ଼ିତା ଥାନାରେ ଅଭିଯୋଗ କରିବା ପରେ ଆମକୁ ଜଣାଇଛନ୍ତି। ଆମ ପକ୍ଷରୁ ମଧ୍ୟ ପୋଲିସକୁ ଜଣାଯାଇଛି। ଏନେଇ ଅନୁସନ୍ଧାନ କରାଯାଇ ନର୍ସିଂ ଅଫିସରଙ୍କ ବିରୋଧରେ କର୍ତ୍ତୃପକ୍ଷଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଏହି ଘଟଣାରେ ମାମଲା ରୁଜୁ କରାଯାଇ ପ୍ରାଥମିକ ତଦନ୍ତ ଆରମ୍ଭ କରୁଛୁ ବୋଲି ଖଣ୍ଡଗିରି ଥାନାଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?