ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। କେବଳ ପ୍ରସୂତି ବିଭାଗକୁ ଛାଡି ଅନ୍ୟ ସମସ୍ତ ବିଭାଗର ନର୍ସିଂ କର୍ମଚାରୀ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଫଳରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ବାସ୍ଥ୍ୟସେବା ପାଇଁ ଆସୁଥିବା ରୋଗୀମାନଙ୍କୁ ନାହିଁ ନ ଥିବା ହଟହଟାର ସମ୍ମୁଖୀନ ହେବାକୁ ପଡୁଛି। ଦାବି ସମୂହ ପୂରଣ ନ ହେଲେ ଆଗକୁ ସିରିଞ୍ଜ୍‌ ଛାଡ ଆନ୍ଦୋଳନ କରିବାକୁ ନର୍ସିଂ କର୍ମଚାରୀମାନେ ଚେତାବନୀ ଦେଇଛନ୍ତି।

ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାୟ ଶହେ ଜଣ ନର୍ସିଂ କର୍ମଚାରୀ କାର୍ଯ୍ୟରତ ଅଛନ୍ତି। ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗରେ ଅବସ୍ଥାପିତ ରହି ରୋଗୀମାନଙ୍କୁ ସେବା ଯୋଗାଇ ଦେଇଥାନ୍ତି। କିନ୍ତୁ ଗତ ୨ଦିନ ହେଲା ନର୍ସିଂ କର୍ମଚାରୀମାନେ ସେମାନଙ୍କ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବେ ବୋଲି ଅଟଳ ରହିଛନ୍ତି। ଫଳରେ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ଜଟିଳ ହେବାରେ ଲାଗିଛି। ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହା ପରିଲକ୍ଷିତ ହୋଇଥିଲା।

ବିଭିନ୍ନ ବିଭାଗରେ ଡାକ୍ତର ଏବଂ ନର୍ସିଂ କର୍ମଚାରୀଙ୍କ ଚୌକି ଖାଲି ପଡିଥିବା ଦେଖିବାକୁ ମିଳିଥିଲା। ଚିକିତ୍ସାଳୟକୁ ଆସୁଥିବା ରୋଗୀମାନଙ୍କୁ ପ୍ରାଥମିକ ଚିକିତ୍ସା ମଧ୍ୟ ମିଳୁ ନ ଥିଲା। ସେମାନଙ୍କୁ ଭିମ୍‌ସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଉଥିବା ଦେଖିବାକୁ ମିଳିଥିଲା। ବିଷକ୍ରିୟା ଯୋଗୁ ଅସୁସ୍ଥ ହୋଇ ପଡିଥିବା ଜଣେ ରୋଗୀଙ୍କୁ ଧରି ପରିବାର ଲୋକେ ଜିଲା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ଥିବାବେଳେ ତାଙ୍କୁ ତୁରନ୍ତ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେହିପରି ଦୁର୍ଘଟଣାରେ ଆହତଙ୍କୁ ଧରି ଲୋକେ ଚିକିତ୍ସା ପାଇଁ ଆସିଥିବାବେଳେ ପ୍ରାଥମିକ ଚିକିତ୍ସା ସୁଦ୍ଧା କରା ନ ଯାଇ ବୁର୍ଲା ନେବାକୁ ଉପସ୍ଥିତ ଡାକ୍ତର କହିଥିବା ଅଭିଯୋଗ ହୋଇଛି।

କେବଳ ଉକ୍ତ ୨ରୋଗୀ ନୁହନ୍ତି, ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯେଉଁ ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି ସମସ୍ତଙ୍କ କ୍ଷେତ୍ରରେ ଅନୁରୂପ ସମସ୍ୟା ଉପୁଜୁଥିବା ଯୋଗୁ ଡାକ୍ତରଖାନାରେ ଚାପା ଉତ୍ତେଜନା ଲାଗି ରହିଛି। ସେହିପରି ଜିଲାର ଅନ୍ୟ ଗୋଷ୍ଠୀ ଏବଂ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀମାନେ ଧାରଣାରେ ସାମିଲ ଥିବାରୁ ସେହି ଡାକ୍ତରଖାନା ଗୁଡିକରେ ମଧ୍ୟ ରୋଗୀ ସେବା ବ୍ୟାହତ ହୋଇପଡିଛି। ଫଳରେ ଜନଅସନ୍ତୋଷ ବଢିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?