ରାଜଧାନୀରେ ନର୍ସିଂ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧।୨(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ଏକ ଘରୋଇ ବିଶ୍ୱ ବିଦ୍ୟାଳୟର ନର୍ସିଂ କଲେଜରେ ପଢ଼ୁଥିବା ଜଣେ ଛାତ୍ର ହଷ୍ଟେଲ ରୁମ୍‌ରେ ଗାମୁଛା ଦ୍ୱାରା ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲା ଚିତ୍ତରଞ୍ଜନ ଥାନା ଅଞ୍ଚଳର ସୌରଭ ଦେ (୧୯)। ସେ ଏଠାରେ ଜିଏନ୍‌ଏମ୍‌ ଦ୍ୱିତୀୟ ବର୍ଷର ଛାତ୍ର ଥିଲେ। ସୋମବାର ଏହି ଘଟଣା ଘଟିଥିବାବେଳେ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମଙ୍ଗଳବାର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ (ନଂ.୨୫/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଉକ୍ତ ରୁମ୍‌ରୁ ପୋଲିସ ଏକ ସୁଇସାଇଡ୍‌ ନୋଟ ଜବତ କରିଛି। ସୌରଭ ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। ପ୍ରେମିକା ଜଣକ ଧୋକା ଦେବା ପରେ ସେ ଏଭଳି ନିଷ୍ପତ୍ତି ନେଇଥିବା ଉକ୍ତ ଚିଠିରେ ଉଲ୍ଲେଖ ରହିଛି। ପ୍ରାଥମିକ ତଦନ୍ତରୁ ପ୍ରେମ ପାଇଁ ସୌରଭ ଆତ୍ମହତ୍ୟା କରିଥିବା ଜଣାପଡୁଛି। ତେବେ ଅଧିକ ପ୍ରମାଣ ପାଇଁ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଥାନାଧିକାରୀ ବିଭୁଦତ୍ତ ରାଉତରାୟ କହିଛନ୍ତି।
ଅନୁଯାୟୀ, ସୌରଭ ହଷ୍ଟେଲର କ୍ୟାମ୍ପସ ୨ରେ ରହୁଥିଲେ। କିଛି ମାସ ହେବ ଉକ୍ତ କଲେଜର ଜଣେ ଛାତ୍ରୀଙ୍କ ସହ ତାଙ୍କର ପ୍ରେମ ସଂପର୍କ ଗଢ଼ି ଉଠିଥିଲା। ହେଲେ ଗତ କିଛିଦିନ ହେବ ଦୁହିଁଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ଲାଗି ରହିଥିଲା। ପ୍ରେମିକା ଜଣକ ସୌରଭଙ୍କ ସହ କଥା ହେବା ବନ୍ଦ କରିଦେଇଥିଲେ। ଫଳରେ ସୌରଭ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ। ସୋମବାର ରାତି ପ୍ରାୟ ୧୦ଟାରେ ସୌରଭଙ୍କ ରୁମ୍‌ ବନ୍ଦ ଥିବାରୁ ସହପାଠୀଙ୍କ ମନରେ ସନ୍ଦେହ ହୋଇଥିଲା। କବାଟ ଭାଙ୍ଗି ଭିତରେ ପଶିବା ପରେ ସୌରଭ ଫ୍ୟାନରେ ଝୁଲୁଥିବା ସାଙ୍ଗମାନେ ଦେଖିବା ପରେ ଥାନାକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri