ରାଜଧାନୀରେ ନର୍ସିଂ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧।୨(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ଏକ ଘରୋଇ ବିଶ୍ୱ ବିଦ୍ୟାଳୟର ନର୍ସିଂ କଲେଜରେ ପଢ଼ୁଥିବା ଜଣେ ଛାତ୍ର ହଷ୍ଟେଲ ରୁମ୍‌ରେ ଗାମୁଛା ଦ୍ୱାରା ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲା ଚିତ୍ତରଞ୍ଜନ ଥାନା ଅଞ୍ଚଳର ସୌରଭ ଦେ (୧୯)। ସେ ଏଠାରେ ଜିଏନ୍‌ଏମ୍‌ ଦ୍ୱିତୀୟ ବର୍ଷର ଛାତ୍ର ଥିଲେ। ସୋମବାର ଏହି ଘଟଣା ଘଟିଥିବାବେଳେ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମଙ୍ଗଳବାର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ (ନଂ.୨୫/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଉକ୍ତ ରୁମ୍‌ରୁ ପୋଲିସ ଏକ ସୁଇସାଇଡ୍‌ ନୋଟ ଜବତ କରିଛି। ସୌରଭ ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। ପ୍ରେମିକା ଜଣକ ଧୋକା ଦେବା ପରେ ସେ ଏଭଳି ନିଷ୍ପତ୍ତି ନେଇଥିବା ଉକ୍ତ ଚିଠିରେ ଉଲ୍ଲେଖ ରହିଛି। ପ୍ରାଥମିକ ତଦନ୍ତରୁ ପ୍ରେମ ପାଇଁ ସୌରଭ ଆତ୍ମହତ୍ୟା କରିଥିବା ଜଣାପଡୁଛି। ତେବେ ଅଧିକ ପ୍ରମାଣ ପାଇଁ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଥାନାଧିକାରୀ ବିଭୁଦତ୍ତ ରାଉତରାୟ କହିଛନ୍ତି।
ଅନୁଯାୟୀ, ସୌରଭ ହଷ୍ଟେଲର କ୍ୟାମ୍ପସ ୨ରେ ରହୁଥିଲେ। କିଛି ମାସ ହେବ ଉକ୍ତ କଲେଜର ଜଣେ ଛାତ୍ରୀଙ୍କ ସହ ତାଙ୍କର ପ୍ରେମ ସଂପର୍କ ଗଢ଼ି ଉଠିଥିଲା। ହେଲେ ଗତ କିଛିଦିନ ହେବ ଦୁହିଁଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ଲାଗି ରହିଥିଲା। ପ୍ରେମିକା ଜଣକ ସୌରଭଙ୍କ ସହ କଥା ହେବା ବନ୍ଦ କରିଦେଇଥିଲେ। ଫଳରେ ସୌରଭ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ। ସୋମବାର ରାତି ପ୍ରାୟ ୧୦ଟାରେ ସୌରଭଙ୍କ ରୁମ୍‌ ବନ୍ଦ ଥିବାରୁ ସହପାଠୀଙ୍କ ମନରେ ସନ୍ଦେହ ହୋଇଥିଲା। କବାଟ ଭାଙ୍ଗି ଭିତରେ ପଶିବା ପରେ ସୌରଭ ଫ୍ୟାନରେ ଝୁଲୁଥିବା ସାଙ୍ଗମାନେ ଦେଖିବା ପରେ ଥାନାକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଆଉ ୮ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri