ହସ୍ପିଟାଲରେ ଜୀବନ ହାରିଲେ ନର୍ସିଂ ଛାତ୍ର

ବାଲେଶ୍ୱର,୧୨।୯(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାଳୟରେ ଜଣେ ବିଏସ୍‌ସି ନର୍ସିଂ ଟ୍ରେନି ଛାତ୍ର ଆତ୍ମହତ୍ୟା କରିଥିବା ଜଣାପଡିଛି। ଛାତ୍ର ଜଣକ ବେକରେ ବେଡ଼ସିଟ ଲାଗାଇ ସର୍ଜରୀ ବିଭାଗର ଡ୍ରେସିଂ ରୁମ୍‌ରେ ଫ୍ୟାନରେ ଓହଲି ପଡ଼ିଥିଲେ।

ମୃତ ଛାତ୍ର ଜଣକ ହେଲେ, ସୋର ଥାନା ଅନନ୍ତପୁର ଅଞ୍ଚଳର ରୌମ୍ୟ ରଞ୍ଜନ ସାମଲ(୧୯)। ଅନ୍ୟପକ୍ଷେ ଚିକିତ୍ସାଳୟର କର୍ମଚାରୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କାଜୁଆଲଟିକୁ ନେଇଥିଲେ l ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ମୃତ ଛାତ୍ରଙ୍କ ବାପା ମୃତ୍ୟୁଞ୍ଜୟ ସାମଲ ହସ୍ପିଟାଲରେ ଆଟେଣ୍ଡେଣ୍ଟ ଭାବେ କାର୍ଯ୍ୟ କରନ୍ତି।

ରୌମ୍ୟ ବାଲେଶ୍ୱରସ୍ଥିତ ଏକ ଘରୋଇ ନର୍ସିଂ କଲେଜରେ ପଢୁଥିଲେ। ଟ୍ରେନିଂ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ହଷ୍ଟେଲରେ ରହୁଥିଲେ। ହେଲେ ରୌମ୍ୟ ରଞ୍ଜନଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଅନ୍‌ ଲାଇନ୍‌ ଗେମ୍‌ ଖେଳି ସେ ଜୀବନ ହାରିଥିବା କୁହାଯାଉଛି।

ଏନେଇ ଟାଉନ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ଆଇଆଇସି ବିଜୟ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?