ପରୀକ୍ଷାରୁ ବଞ୍ଚିତ ନର୍ସିଂ ଛାତ୍ରୀ

ଅନୁଗୋଳ ଅଫିସ,୧୮।୩: ଅନୁଗୋଳ ଜିଲା ଛେଣ୍ଡିପଦା ସାଇଶ୍ରଦ୍ଧା ନର୍ସିଂ କଲେଜରେ ପଢୁଥିବା ୨ୟ ବର୍ଷର ୭ ଜଣ ଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। କଲେଜ କର୍ତ୍ତୃପକ୍ଷ ନକଲି ଆଡମିଡ୍‌ କାର୍ଡ ଦେଇଥିବାରୁ ଏଭଳି ସମସ୍ୟା ଉପୁଜିଥିବା ସେମାନେ ଅଭିଯୋଗ କରିଛନ୍ତି। ନ୍ୟାୟ ଦାବିରେ ସମ୍ପୃକ୍ତା ଛାତ୍ରୀମାନେ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ଆସନ୍ତା ୨୭ ତାରିଖରେ ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ଏହାର ସମାଧାନ କରାଯିବ ବୋଲି ପ୍ରଶାସନିକ ପ୍ରତିଶ୍ରୁତି ମିଳିବା ପରେ ଛାତ୍ରୀମାନେ ଧାରଣାରୁ ଓହରିଛନ୍ତି। ଯଦି ସମସ୍ୟାର ସମାଧାନ ନ ହୁଏ, ତେବେ ସମସ୍ତ ଛାତ୍ରୀ ଆତ୍ମାହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି।
ଛାତ୍ରୀଙ୍କ ଅଭିଯୋଗ ଅନୁଯାୟୀ, ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ପରୀକ୍ଷା କେନ୍ଦ୍ରରେ ସେମାନେ ୨ୟ ବର୍ଷର ପରୀକ୍ଷା ଦେବେ ବୋଲି କଲେଜରୁ ମିଳିଥିବା ଆଡ୍‌ମିଟ୍‌ କାର୍ଡରେ ଉଲ୍ଲେଖ କରାଯାଇଥିଲା। ସେମାନେ ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ଥିଲେ। ହେଲେ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀ ଆଡ୍‌ମିଟ୍‌ କାର୍ଡ ଯାଞ୍ଚ ପରେ ନକଲି ବୋଲି କହିଥିଲେ। ଏହାପରେ ଛାତ୍ରୀମାନେ ପରୀକ୍ଷା ଦେଇ ନ ପାରି ନିରାଶରେ ଫେରିଥିଲେ। ଏ ସଂକ୍ରାନ୍ତରେ ଛାତ୍ରୀ ପ୍ରିୟଙ୍କା ନାଏକ, ସୁମତୀ ମାହାର, ଆଶାଞ୍ଜଳି ପ୍ରଧାନ ପ୍ରଥମେ ଛେଣ୍ଡିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନ ଥିଲା। ତେଣୁ ସେମାନେ ଧାରଣାରେ ବସିଥିଲେ। କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରିବା, ପୁନର୍ବାର ପରୀକ୍ଷା ପାଇଁ ସୁଯୋଗ ପ୍ରଦାନ, ସାଇ ଶ୍ରଦ୍ଧା ନର୍ସିଂ କଲେଜ ବନ୍ଦ କରିବାକୁ ଛାତ୍ରୀମାନେ ଦାବି କରିଛନ୍ତି।
ଏ ନେଇ କଲେଜ ଅଧ୍ୟକ୍ଷ କୈଳାସ ଚନ୍ଦ୍ର ଜେନାଙ୍କୁ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରି ନାହିଁ। ଛେଣ୍ଡିପଦା ଥାନା ଅଧିକାରୀ ଧୀରେନ୍‌ ବେହେରା କହିଛନ୍ତି, ଛାତ୍ରୀମାନଙ୍କ ଅଭିଯୋଗକ୍ରମେ ଥାନାରେ ନଂ.୨୯/୨୩ରେ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଛି। ୪୨୦ ଦଫାରେ କଲେଜରୁ କେତେକ ଦସ୍ତାବିଜ୍‌ ସିଜ୍‌ କରାଯାଇଛି। ଛାତ୍ରୀମାନଙ୍କୁ ନକଲି ଆଡମିଟ୍‌ କାର୍ଡ ଦିଆଯାଇଥିବା ଅଭିଯୋଗରେ ସତ୍ୟତା ଥିବା ଥାନାଧିକାରୀ କହିଛନ୍ତି। ସେହିଭଳି ଛାତ୍ରୀମାନଙ୍କୁ ଜାତିଆଣ ଆକ୍ଷେପ ନେଇ ଅନୁଗୋଳ ସଦର ଥାନାରେ ନଂ. ୨୯/୨୩ରେ ଅନ୍ୟ ଏକ ମାମଲା ରୁଜୁ ହୋଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri