୩୭୧ ହିତାଧିକାରୀଙ୍କୁ ପୁଷ୍ଟି କିଟ୍‌

ବାଲେଶ୍ୱର ଅଫିସ,୨୦।୧୨: ବାଲେଶ୍ୱର ଜିଲା ସ୍ବାସ୍ଥ୍ୟ ପ୍ରଶାସନ ସହଯୋଗିତାରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଅଭିଯାନ ସହ ଯୋଡ଼ି ହୋଇଛି ସୁବର୍ଣ୍ଣରେଖା ପୋର୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ପିପିଏଲ୍‌)। ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ‘ନି-କ୍ଷୟ ମିତ୍ର’ କାର୍ଯ୍ୟକ୍ରମକୁ ଲୋକାର୍ପଣ କରି ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ ଏବଂ ଜରୁରୀ ସହାୟତା ସନ୍ଧାନ କରୁଥିବା ଲୋକମାନଙ୍କ ପାଖରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ନିଜର କୋର୍ସକୁ ୨୦୨୩ ଅକ୍ଟୋବର ପର୍ଯ୍ୟନ୍ତ ଜାରି ରଖିବ। ୨୦୨୫ ସୁଦ୍ଧା ଯକ୍ଷ୍ମା ଦୂରୀକରଣ ଲକ୍ଷ୍ୟ ହାସଲ କରିବା ସହ ଗୋଷ୍ଠୀ ସହଯୋଗିତାକୁ ବଢ଼ାଇବା ଲାଗି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ (ଏମ୍‌ଓଏଚ୍‌ଏଫ୍‌ଡବ୍ଲୁ) ପକ୍ଷରୁ ‘ଯକ୍ଷ୍ମା ରୋଗୀଙ୍କୁ ଗୋଷ୍ଠୀ ସହାୟତା-ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ’ର ଶୁଭାରମ୍ଭ କରାଯାଇଥିଲା। ଏହି ଚିନ୍ତାଧାରାକୁ ଆଗକୁ ବଢ଼ାଇ, ବିଭିନ୍ନ ବ୍ଲକ୍‌ରେ ଯକ୍ଷ୍ମା ମାମଲାକୁ ଚିହ୍ନଟ କରିବା ଲାଗି ଟାଟା ଷ୍ଟିଲ୍‌ ଫାଉଣ୍ଡେସନ ସହ ମିଶି ଏସ୍‌ପିପିଏଲ୍‌ ପକ୍ଷରୁ ଜାତୀୟ ଯକ୍ଷ୍ମା ଦୂରୀକରଣ କାର୍ଯ୍ୟକ୍ରମ ପୋର୍ଟାଲ୍‌ରେ ପଞ୍ଜିକରଣ କରିଛି। ଏହି ଅଭିଯାନରେ ଟାଟା ଷ୍ଟିଲ୍‌ ଫାଉଣ୍ଡେସନ ପକ୍ଷରୁ ପ୍ରତି ମାସରେ ଚିହ୍ନଟ ହୋଇଥିବା ରୋଗୀଙ୍କୁ ଏକ ନ୍ୟୁଟ୍ରିସନାଲ କିଟ୍‌ ଜରିଆରେ ପୁଷ୍ଟି ସହାୟତା ପ୍ରଦାନ କରାଯାଉଛି। ପ୍ରଥମ ପଦକ୍ଷେପ ସ୍ବରୂପ ବସ୍ତା ବ୍ଲକର ୯୮, ବାଲିଆପାଳର ୫୬ ଓ ରେମୁଣାର ୨୧୭ ଜଣଙ୍କ ସମେତ ମୋଟ୍‌ ୩୭୧ ଜଣ ହିତାଧିକାରୀଙ୍କୁ ନ୍ୟୁଟ୍ରିସନାଲ୍‌ କିଟ୍‌ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମରେ ଏସ୍‌ପିପିଏଲ୍‌ର ବରିଷ୍ଠ ଡିଭିଜନାଲ୍‌ ମ୍ୟାନେଜର ପ୍ରମୋଦ କୁମାର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଲସେନ ଜଗଦ୍ଦେବ, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମୃତ୍ୟୁଞ୍ଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri