ଅଷ୍ଟିଓପୋରୋସିସ୍‌ରୁ ମୁକ୍ତି ଦେବ ସୁପୋଷଣ

ବୟସ ବଢ଼ିବା ସହିତ ଶରୀରରେ ହାଡ଼ ଦୁର୍ବଳ ହେବାକୁ ଲାଗିଥାଏ। ଅଧିକାଂଶଙ୍କ ଠାରେ ଧୀରେ ଧୀରେ ଅଷ୍ଟିଓପୋରୋସିସ୍‌ ସମସ୍ୟା ଦେଖାଦେଇଥାଏ। ପ୍ରତି ୩ ଜଣରେ ଜଣେ ମହିଳାଙ୍କଠାରେ ଏହି ସମସ୍ୟା ଦୃଷ୍ଟିଗୋଚର ହୋଇଥାଏ। ସେହିପରି ପ୍ରତି ୫ ଜଣରେ ଜଣେ ପୁରୁଷ ଅଷ୍ଟିଓପୋରୋସିସ୍‌ ସମସ୍ୟା ଭୋଗିଥାନ୍ତି ବୋଲି ଅନ୍ତର୍ଜାତୀୟ ଅଷ୍ଟିଓପୋରୋସିସ୍‌ ଫାଉଣ୍ଡେଶନ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ଏବଂ ମେଟାବଲିକ ହାଡ଼ ରୋଗର ନିରାକରଣ, ଚିହ୍ନଟ ଏବଂ ଚିକିତ୍ସା ବିଷୟରେ ବିଶ୍ୱସ୍ତରୀୟ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୨୦ ଅକ୍ଟୋବରରେ ବିଶ୍ୱ ଅଷ୍ଟିଓପୋରୋସିସ୍‌ ଦିବସ ପାଳନ କରାଯାଇଥାଏ। ୧୯୯୬ ଅକ୍ଟୋବର ୨୦ରେ ବ୍ରିଟେନର ନ୍ୟାଶନାଲ ଅଷ୍ଟିଓପୋରୋସିସ୍‌ ସୋସାଇଟି ପକ୍ଷରୁ ଏହି ଦିବସ ପାଳନ କରାଯାଇଥିଲା। ଏହି ଅଭିଯାନକୁ ୟୁରୋପୀୟ କମିଶନ ପକ୍ଷରୁ ମଧ୍ୟ ସମର୍ଥନ କରାଯାଇଥିଲା। ପରେ ୧୯୯୭ଠାରୁ ଅନ୍ତର୍ଜାତୀୟ ଅଷ୍ଟିଓପୋରୋସିସ୍‌ ଫାଉଣ୍ଡେଶନ ପକ୍ଷରୁ ପ୍ରତିବର୍ଷ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି ପାଇଁ ଏହି ଦିବସ ପାଳନ କରାଯାଉଛି।
ଏବଂ ୧୯୯୯ରେ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ବିଶ୍ୱ ଅଷ୍ଟିଓପୋରୋସିସ୍‌ ଦିବସର ସହ-ପ୍ରୟୋଜକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲା। ନିୟମିତ ବ୍ୟାୟାମ, ପୋଷକତତ୍ତ୍ୱଯୁକ୍ତ ଖାଦ୍ୟ, ନକାରାତ୍ମକ ଜୀବନଶୈଳୀ, ପୂର୍ବରୁ ହାଡ଼ ସମସ୍ୟା ଥିଲେ ସତର୍କତା ଅବଲମ୍ବନ ଏବଂ ନିୟମିତ ପରୀକ୍ଷା ଓ ଚିକିତ୍ସା ଆଦି ଅପରିହାର୍ଯ୍ୟ। ଖାଦ୍ୟରେ କ୍ୟାଲ୍‌ସିୟମ, ଭିଟାମିନ୍‌ ଡି ଏବଂ ପ୍ରୋଟିନ୍‌ଯୁକ୍ତ ଆହାରକୁ ସାମିଲ କରିବା ଜରୁରୀ।

 

 


Enter your email to get our daily news in your inbox.

All Right Reserved By Dharitri.Com

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri