ମା’ ସମଲେଇଙ୍କ ପୀଠରେ ଧାର୍ଯ୍ୟ ହେଲା ନୂଆଖାଇ ଲଗ୍ନ

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ଅପରାହ୍ନ ୪ଟାରେ ଚଳିତ ବର୍ଷର ନୂଆଖାଇ ଲଗ୍ନ ଧାର୍ଯ୍ୟ କରାଯାଇଛି। ପୂର୍ବ ଘୋଷଣା ଅନୁଯାୟୀ, ଆଜି ନିର୍ଦ୍ଧାରିତ ସମୟରେ ପଣ୍ଡିତମାନେ ଏକତ୍ରିତ ହୋଇ ଏହି ଲଗ୍ନ ନିର୍ଘଣ୍ଟ କରିଥିଲେ। ଏହି ଲଗ୍ନ ଅନୁସାରେ ନିଶାର୍ଦ୍ଧ ପରେ ଲାଗିବ ଗ୍ରାମ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ନବାନ୍ନ। ୨୦ ତାରିଖ ବୁଧବାର ଭାଦ୍ରବ ଶୁକ୍ଳ ପଞ୍ଚମୀ ଅମୃତ ବେଳାରେ ୧୦.୪୨ଗତେ ୧୨ .୪୪ ବିଛା ଓ ଧନୁ ଲଗ୍ନ ମଧ୍ୟରେ ସର୍ବସାଧାରଣ ନିଜ ନିଜ ଇଷ୍ଟ ଦେବାଦେବୀଙ୍କଠାରେ ନବାନ୍ନ ଭୋଗ ଅର୍ପଣ ସହ ନବାନ୍ନ ଭକ୍ଷଣ ନେଇ ଲଗ୍ନ ସ୍ଥିର ହୋଇଛି। ଏଥିରେ ସହରର ପ୍ରମୁଖ ମନ୍ଦିର ଓ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏଥିରେ ପଣ୍ଡିତ ଶିବ ଶଙ୍କର ଦାଶ, ପଣ୍ଡିତ ଚୂଡ଼ାମଣି ରଥ,ସପଣ୍ଡିତ ବିଘ୍ନରାଜ ଦାଶ, ପଣ୍ଡିତ ବିଷ୍ଣୁଦୟାଲ ଦାଶ, ପଣ୍ଡିତ ସୁଧାଂଶୁ ଦାଶ ପ୍ରମୁଖ ଲଗ୍ନ ନିରୂପଣ କରିଥିଲେ। ଏହି ଲଗ୍ନ ଧାର୍ଯ୍ୟ ସମୟରେ ମା’ଙ୍କ ପୂଜକ କ୍ଷୀରୋଦ ଝାଙ୍କର, କର୍ତ୍ତା ଜୟ ପ୍ରକାଶ ଦାଶ, ହାଟପଦା ଦୁର୍ଗା ମନ୍ଦିର କମିଟିର ଉଦ୍ଧବ ଡାଙ୍ଗ, ଶେଷଦେବ ପ୍ରଧାନ, ମା’ ଶ୍ୟାମାକାଳୀ ମନ୍ଦିର କମିଟିର ବିଜୟ ମିଶ୍ର ,ଗୌରାଙ୍ଗ ନାୟକ, ଲକ୍ଷ୍ମୀ ମନ୍ଦିର କମିଟିର ଗୁରୁଚରଣ ସାହୁ, ମଳୟ ମିଶ୍ର, ଗଣେଶ ମନ୍ଦିର କମିଟିର ରାଜେନ୍ଦ୍ର କୁମାର ସାହୁ, ବିମଳ କିଶୋର ସାହୁ, ସୌଖିନ କଳାକାର ସଂଘର ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ସମେତ ସମଲେଶରୀ ମନ୍ଦିର ପରିଚାଳନା କମିଟି ବରଗଡ଼ର ସଦସ୍ୟମାନଙ୍କ ଉପସ୍ଥିତିରେ ସମ୍ପାଦିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri