ମା’ ସମଲେଇଙ୍କ ପୀଠରେ ଧାର୍ଯ୍ୟ ହେଲା ନୂଆଖାଇ ଲଗ୍ନ

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ଅପରାହ୍ନ ୪ଟାରେ ଚଳିତ ବର୍ଷର ନୂଆଖାଇ ଲଗ୍ନ ଧାର୍ଯ୍ୟ କରାଯାଇଛି। ପୂର୍ବ ଘୋଷଣା ଅନୁଯାୟୀ, ଆଜି ନିର୍ଦ୍ଧାରିତ ସମୟରେ ପଣ୍ଡିତମାନେ ଏକତ୍ରିତ ହୋଇ ଏହି ଲଗ୍ନ ନିର୍ଘଣ୍ଟ କରିଥିଲେ। ଏହି ଲଗ୍ନ ଅନୁସାରେ ନିଶାର୍ଦ୍ଧ ପରେ ଲାଗିବ ଗ୍ରାମ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ନବାନ୍ନ। ୨୦ ତାରିଖ ବୁଧବାର ଭାଦ୍ରବ ଶୁକ୍ଳ ପଞ୍ଚମୀ ଅମୃତ ବେଳାରେ ୧୦.୪୨ଗତେ ୧୨ .୪୪ ବିଛା ଓ ଧନୁ ଲଗ୍ନ ମଧ୍ୟରେ ସର୍ବସାଧାରଣ ନିଜ ନିଜ ଇଷ୍ଟ ଦେବାଦେବୀଙ୍କଠାରେ ନବାନ୍ନ ଭୋଗ ଅର୍ପଣ ସହ ନବାନ୍ନ ଭକ୍ଷଣ ନେଇ ଲଗ୍ନ ସ୍ଥିର ହୋଇଛି। ଏଥିରେ ସହରର ପ୍ରମୁଖ ମନ୍ଦିର ଓ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏଥିରେ ପଣ୍ଡିତ ଶିବ ଶଙ୍କର ଦାଶ, ପଣ୍ଡିତ ଚୂଡ଼ାମଣି ରଥ,ସପଣ୍ଡିତ ବିଘ୍ନରାଜ ଦାଶ, ପଣ୍ଡିତ ବିଷ୍ଣୁଦୟାଲ ଦାଶ, ପଣ୍ଡିତ ସୁଧାଂଶୁ ଦାଶ ପ୍ରମୁଖ ଲଗ୍ନ ନିରୂପଣ କରିଥିଲେ। ଏହି ଲଗ୍ନ ଧାର୍ଯ୍ୟ ସମୟରେ ମା’ଙ୍କ ପୂଜକ କ୍ଷୀରୋଦ ଝାଙ୍କର, କର୍ତ୍ତା ଜୟ ପ୍ରକାଶ ଦାଶ, ହାଟପଦା ଦୁର୍ଗା ମନ୍ଦିର କମିଟିର ଉଦ୍ଧବ ଡାଙ୍ଗ, ଶେଷଦେବ ପ୍ରଧାନ, ମା’ ଶ୍ୟାମାକାଳୀ ମନ୍ଦିର କମିଟିର ବିଜୟ ମିଶ୍ର ,ଗୌରାଙ୍ଗ ନାୟକ, ଲକ୍ଷ୍ମୀ ମନ୍ଦିର କମିଟିର ଗୁରୁଚରଣ ସାହୁ, ମଳୟ ମିଶ୍ର, ଗଣେଶ ମନ୍ଦିର କମିଟିର ରାଜେନ୍ଦ୍ର କୁମାର ସାହୁ, ବିମଳ କିଶୋର ସାହୁ, ସୌଖିନ କଳାକାର ସଂଘର ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ସମେତ ସମଲେଶରୀ ମନ୍ଦିର ପରିଚାଳନା କମିଟି ବରଗଡ଼ର ସଦସ୍ୟମାନଙ୍କ ଉପସ୍ଥିତିରେ ସମ୍ପାଦିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri