ନୁଭୋକୋର ୪ର୍ଥ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୨।୫: ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୁଭୋକୋର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୩ ମାର୍ଚ୍ଚ ୩୧ରେ ଶେଷ ହୋଇଥିବା ତ୍ରୈମାସିକରେ କମ୍ପାନୀ ମୋଟ ୨୦୧.୦୬ କୋଟି ଟଙ୍କାର ଟିକସ ପରବର୍ତ୍ତୀ ଲାଭ (ପିଏଟି) ହାସଲ କରିଛି। ସେହିଭଳି କମ୍ପାନୀ ପୂର୍ବ ଆର୍ଥିକ ବର୍ଷର ସମାନ ତ୍ରୈମାସିକରେ ୨୯.୧୧ କୋଟି ଟଙ୍କାର ପିଏଟି ପଞ୍ଜୀକୃତ କରିଥିଲା। ଅପରପକ୍ଷରେ କମ୍ପାନୀର ନେଟ୍‌ ସମୁଦାୟ ଆୟ ୨,୯୩୦.୯୬ କୋଟି ଟଙ୍କା ରହିଛି, ଯାହାକି ଗତବର୍ଷ ସମାନ ତ୍ରୈମାସିକରେ ପଞ୍ଜୀକୃତ ହୋଇଥିବା ୨,୯୪୦.୨୬ କୋଟି ଟଙ୍କାଠାରୁ ୦.୩୨% କମ୍‌ ବୋଲି ଜଣାପଡ଼ିଛି। ଏ ସମ୍ପର୍କରେ ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଜୟ କୁମାର କ୍ରିଷ୍ଣାସ୍ବାମୀ କହିଛନ୍ତି, ୨୦୨୨-୨୩ ଆର୍ଥିକବର୍ଷରେ ଆମେ ଆମର ପ୍ରିମିୟମ ଉତ୍ପାଦଗୁଡ଼ିକ ପାଇଁ ବଜାର ଅଂଶକୁ ବଢ଼ାଇ ପାରିଛୁ। ଏପରିକି ବାଣିଜ୍ୟ ପରିମାଣ ଉପରେ ମଧ୍ୟ ୩୬%ର ଅଭିବୃଦ୍ଧି କରିଛୁ। ସେହିଭଳି ଭିୱାନିର ୧.୨ ଏମ୍‌ଟିପିଏ ସିମେଣ୍ଟ କ୍ଷମତା ସମ୍ପ୍ରସାରଣ ଏବଂ ନିମ୍ବୋଲରେ ଡିବଟଲନେକିଙ୍ଗ ସମେତ ଉତ୍ତର ଭାରତରେ ଆମର ବିକାଶ ପ୍ରକଳ୍ପ ଉତ୍ତମ ରୂପେ ଅଗ୍ରଗତି କରୁଛି ଏବଂ ଉକ୍ତ ଅଞ୍ଚଳରେ ଏହା ଆମକୁ ଏକ ଦୃଢ଼ ଉପସ୍ଥିତି ସ୍ଥାପନ କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri