ଚର୍ଚ୍ଚାରେ ନ୍ୟୁୟର୍କ ରାଜ୍ୟପାଳଙ୍କ ଦୀପାବଳି ବୟାନ, ସମସ୍ତେ କରୁଛନ୍ତି ପ୍ରଶଂସା

ନ୍ୟୁୟର୍କ,୧୩ ।୧୦: ଆମେରିକା ନ୍ୟୁୟର୍କର ରାଜ୍ୟପାଳ କୈଥି ହୋଚୁଲ ଦୀପାବଳିକୁ ନେଇ ଯାହା କହିଛନ୍ତି ତାହା ଆପଣ ବି ଶୁଣିଲେ ତାଙ୍କୁ ପ୍ରଶଂସା ନ କରି ରହିପାରିବେ ନାହିଁ । ସେ ଦୀପାବଳୀର ବାର୍ତ୍ତାରେ କହିଛନ୍ତି ବର୍ତ୍ତମାନ ସମୟ ପାଇଁ ଦୀପାବଳି ଆମ ପାଇଁ ବଡ ଶିକ୍ଷା । ଆଜି ବିଭାଜନ ଓ ଧ୍ରୁବିକରଣ ସମୟରେ ଅନ୍ଧାର ଉପରେ ଆଲୋକ ଓ ସଂଘର୍ଷ ଉପରେ ଶାନ୍ତିର ବିଜୟ ବାର୍ତ୍ତା ଲୋକଙ୍କୁ ମନେପକାଉଛି ଯେ, ଏକତାହିଁ ବାସ୍ତବରେ ବଡ ଶକ୍ତି । ମଙ୍ଗଳବାର ନ୍ୟୁୟର୍କରେ ଆୟୋଜିତ ଏକ ଦିୱାଲି ଉତ୍ସବରେ ଯୋଗଦେଇ କହିଛନ୍ତି ଦୀପାବଳୀ ଏକତା, ଆଲୋକ ଓ ସମୃଦ୍ଧିର ବାର୍ତ୍ତା ଦେଇଥାଏ । ସମସ୍ତେ ଜାଣନ୍ତି ବିବିଧତା ବାସ୍ତବରେ ଆମର ସବୁଠାରୁ ବଡ ଶକ୍ତି । ତେଣୁ ମୁଁ ଆମର ଦକ୍ଷିଣ-ଏସିଆ, ଇଣ୍ଡୋ-କାରିବିୟାନ ସମ୍ପ୍ରଦାୟ, ଆମର ହିନ୍ଦୁ, ଶିଖ, ଜୈନ ଓ ବୌଦ୍ଧ ନ୍ୟୁୟର୍କର ଲୋକଙ୍କ ସହ ଦୀପାବଳି ପାଳନ କରୁଛନ୍ତି । ହୋଚୁଲ କହିଛନ୍ତି ଏବେ ସମୟ ଆମେ ସମସ୍ତେ ଏକାଠି ହେବାର । ଏବେ ହୋଚୁଲଙ୍କର ଏହି ଦୀପାବଳି ବାର୍ତ୍ତା ଶୁଣିବା ପରେ ସମସ୍ତେ ତାଙ୍କର ପ୍ରଶଂସା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?