ମା’ଙ୍କ ଗୀତର ତାଳେ ତାଳେ ଝୁମିଲେ ଝିଅ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍ସରେ ଶାହରୁଖ ଖାଁଙ୍କ ଲଳନା ସୁହାନା ଖାଁ, ସୈଫ ଅଲ୍ଲୀ ଖାଁଙ୍କ ଝିଅ ସାରା ଅଲ୍ଲୀ ଖାଁ ଓ ଆମିର ଖାଁଙ୍କ ଝିଅ ଇରା ଖାଁ ପ୍ରାୟତଃ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହିଥାନ୍ତି। ବଲିଉଡ୍‌ରେ ସାରା ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବେଳେ ଶାହରୁଖଙ୍କ ଝିଅ ସୁହାନା ଏବେ ଡେବ୍ୟୁ ଅପେକ୍ଷାରେ। ଅନ୍ୟପଟେ ଇରା ନିଜ ସାମାଜିକ କାର୍ଯ୍ୟ ପାଇଁ ବେଶ୍‌ ପରିଚିତ। ଇତିମଧ୍ୟରେ ଅଜୟ ଦେବଗନଙ୍କ ଝିଅ ନ୍ୟାସା ମଧ୍ୟ ଏହି ରେସ୍‌ରେ ପଛରେ ପଡ଼ିନାହାନ୍ତି। ଅଭିନେତ୍ରୀ ତଥା ମା’ କାଜଲଙ୍କ ଭଳି ଦେଖାଯାଉଥିବା ନ୍ୟାସା ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ। ଅଜୟଙ୍କ ଝିଅ ଲାଇମଲାଇଟରୁ ଦୂରରେ ରହିବା ସତ୍ତ୍ୱେ ସେ ସୋସିଆଲ ମିଡିଆରେ ବେଶ୍‌ ପପୁଲାର। ନ୍ୟାସା ଏବେ ନିଜ କାର୍ଯ୍ୟ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ମା’ କାଜଲଙ୍କ କିଛି ଗୀତରେ ନ୍ୟାସା ଜବରଦସ୍ତ ଡାନ୍ସ କରିଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ସିଙ୍ଗାପୁରର ଏକ ସ୍କୁଲରେ ନ୍ୟାସା ପାଠପଢ଼ନ୍ତି। ସ୍କୁଲର ଏକ କାର୍ଯ୍ୟକ୍ରମରେ ନ୍ୟାସା କାଜଲଙ୍କ ସୁପରହିଟ୍‌ ଫିଲ ଗୀତ ‘ବୋଲେ ଚୁଡିଆ’, ‘ସଜଦା’ ଓ ‘ତେରେ ନୈନା’ରେ ଏକ ଗ୍ରୁପ୍‌ ଡାନ୍ସ କରୁଥିବା ନଜର ଆସିଛନ୍ତି। ଏହି ଭିଡିଓକୁ ନ୍ୟାସା ଦେବଗନଙ୍କ ଫ୍ୟାନ ଆକାଉଣ୍ଟରେ ଶେୟାର କରାଯାଇଛି। ନ୍ୟାସାଙ୍କ ଡାନ୍ସକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଥିବା ବେଳେ ଅନେକ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri