Posted inଖେଳ

ବିଶ୍ୱରେକର୍ଡ କଲା ନ୍ୟୁଜିଲାଣ୍ଡ

ଡବଲିନ୍‌,୧୧।୭: ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ନ୍ୟୁଜିଲାଣ୍ଡ ଦଳ ଏକ ବିଶ୍ୱରେକର୍ଡ ହାସଲ କରିଛି। ଟାର୍ଗେଟ୍‌କୁ ପିଛା କରି ଶେଷ ଓଭରରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ନ୍ୟୁଜିଲାଣ୍ଡ ନାଁରେ ହୋଇଛି। ଆୟର୍ଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଗୋଟିଏ ଉଇକେଟରେ ଜିତିଥିଲା ନ୍ୟୁଜିଲାଣ୍ଡ। ୩୦୧ ରନ୍‌କୁ ପିଛା କରି ନ୍ୟୁଜିଲାଣ୍ଡ ୪୯ତମ ଓଭରରେ ୨୮୧ ରନ୍‌ରେ ୯ ଉଇକେଟ୍‌ ହରାଇଥିଲା। ନ୍ୟୁଜିଲାଣ୍ଡକୁ ଶେଷ ଓଭରରେ ଜିତିବା ପାଇଁ ୨୦ ରନ ଆବଶ୍ୟକ ଥିଲା। ଲକି ଫର୍ଗୁସନ, ମାଇକେଲ ବ୍ରେସୱେଲ କ୍ରିଜରେ ଥିଲେ।
ଆୟର୍ଲାଣ୍ଡ ପାଇଁ ଶେଷ ଓଭର ବୋଲିଂ କରିବାକୁ କ୍ରେଗ ୟଙ୍ଗ ଆସିଥିଲେ। ବ୍ରେସୱେଲ ୧୦୩ ରନ୍‌ରେ ଖେଳୁଥିଲେ। ବ୍ରେସୱେଲ ଶେଷ ଓଭରର ପ୍ରଥମ ପାଞ୍ଚଟି ବଲରେ ମ୍ୟାଚ ଶେଷ କରିଥିଲେ। ବ୍ରେସୱେଲ ପ୍ରଥମ ଦୁଇଟି ବଲରେ ଚୌକା ମାରିଥିଲେ, ତୃତୀୟ ବଲ୍‌ରେ ଛକା, ଚତୁର୍ଥ ବଲ୍‌ରେ ଚୌକା ଏବଂ ପଞ୍ଚମ ବଲ୍‌ରେ ଛକା ମାରି ଦଳକୁ ବିଜୟ ଦେଇଥିଲେ। ଏହିପରି ନ୍ୟୁଜିଲାଣ୍ଡ ଶେଷ ଓଭରରେ ୨୪ ରନ ସ୍କୋର କରିଥିଲା। ବ୍ରେସୱେଲ ୮୨ ବଲରୁ ୧୨୭ ସ୍କୋର କରି ଅପରାଜିତ ରହିଥିଲେ।
ଏହା ପୂର୍ବରୁ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଟାର୍ଗେଟକୁ ପିଛା କରି ଶେଷ ଓଭରରେ ସର୍ବାଧିକ ରନ୍‌ କରିବାର ରେକର୍ଡ ଇଂଲଣ୍ଡ ଏବଂ ଆଫଗାନିସ୍ତାନ ନାମରେ ଥିଲା। ଉଭୟ ଦଳ ଶେଷ ଓଭରରେ ୨୦-୨୦ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri