ଏନ୍‌ଆଇଆର୍‌ଏଫ୍‌ରେ ସୋଆର ସଫଳତା

ଭୁବନେଶ୍ୱର,୧୭।୭: ଦେଶର ଶିକ୍ଷା ବ୍ୟବସ୍ଥାରେ ଉଭୟ ସରକାରୀ ଓ ଘରୋଇ ଅନୁଷ୍ଠାନର ପ୍ରଦର୍ଶନକୁ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ପ୍ରଦାନ କରାଯାଇଥାଏ। ଚଳିତବର୍ଷ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆକୁ ବ୍ୟାପକ ସଫଳତା ପ୍ରଦାନ କରାଯାଇଛି। ଏପରିକି ଚଳିତବର୍ଷ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ ଦେଶର ୧୬ତମ ବିଶ୍ୱବିଦ୍ୟାଳୟ ଭାବେ ସ୍ବୀକୃତି ଲାଭ କରିଛି। ସେହିଭଳି ସୋଆ ଓଡ଼ିଶାରେ ୧ ନମ୍ବର ଏବଂ ପୂର୍ବ ଭାରତରେ ୩ୟ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସଫଳତା ହାସଲ କରିଛି। ସେହିପରି ଏନ୍‌ଆଇଆର୍‌ଏଫ୍‌-୨୨ ତାଲିକାରେ ସୋଆ ଓଭରଅଲ୍‌ କ୍ୟାଟେଗୋରିରେ ୩୦ତମ ସ୍ଥାନରେ ରହିଥିବା ବେଳେ ମେଡିକାଲ ସାଇନ୍‌ସେସ୍‌ରେ ୧୮ତମ, ଇଞ୍ଜିନିୟରିଂରେ ୨୭ତମ ଏବଂ ଡେଣ୍ଟାଲ ସାଇନ୍‌ସେସ୍‌ରେ ୧୦ମ ସ୍ଥାନରେ ରହିଛି।
ଅପରପକ୍ଷରେ ୧ମ ଥର ପାଇଁ ଏହି ର଼୍ୟାଙ୍କିଙ୍ଗ୍‌ରେ ସୋଆର ଫ୍ୟାକଲ୍ଟି ଅଫ୍‌ ଲ’ ଦେଶରେ ୯ମ ସ୍ଥାନ ହାସଲ କରିଥିବା ବେଳେ ରିସର୍ଚ୍ଚ କ୍ୟାଟେଗୋରିରେ ୪୫ତମ ସ୍ଥାନରେ ସ୍ଥାନିତ ହୋଇଛି। ସୋଆର ୨ଟି ଅନୁଷ୍ଠାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ୍‌ ସାଇନ୍‌ସେସ୍‌ ଏବଂ ସୋଆ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲ’ ୧ମ ଥର ପାଇଁ ଦେଶର ଶ୍ରେଷ୍ଠ ୧୦ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନିତ ହୋଇଛି। ଉଲ୍ଲେଖଯୋଗ୍ୟ, ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ଓ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ ପୂର୍ବାଞ୍ଚଳରେ ଏକ ନମ୍ବର ସ୍ଥାନରେ ରହିଥିବା ବେଳେ ସୋଆ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲ’ (ଫ୍ୟାକଲ୍ଟି ଅଫ୍‌ ଲ’) ପୂର୍ବାଞ୍ଚଳରେ ତୃତୀୟ ସ୍ଥାନରେ ରହିଛି।
୨୫ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର ବିଶେଷତ୍ୱ। ୨୦୦୭ ଜୁଲାଇ୧୭ ରେ ୟୁଜିସି ଆକ୍ଟ ୧୯୫୬ ର ସେକ୍ସନ ୩ ଅନୁଯାୟୀ କେନ୍ଦ୍ର ସରକାର ସୋଆକୁ ଡିମ୍‌ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଥିଲେ। ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିବାର ୧୫ବର୍ଷ ପରେ ସୋଆ ସଫଳତାର ଶିଡ଼ି ଚଢ଼ିଚାଲିଥିବା ବେଳେ ୨୦୧୬ ମସିହାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ ହୋଇଥିବା ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସବୁଠାରୁ ନବତମ ବିଶ୍ୱବିଦ୍ୟାଳୟ ଭାବେ ବିଗତ ୭ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜର ସ୍ଥାନ ବଜାୟ ରଖିଛି। ସେହିପରି ଗତ ୩ବର୍ଷ ହେବ ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇପାରିଛି ସୋଆ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?