ଏନ୍‌ଆଇଆର୍‌ଏଫ୍‌ରେ ସୋଆର ସଫଳତା

ଭୁବନେଶ୍ୱର,୧୭।୭: ଦେଶର ଶିକ୍ଷା ବ୍ୟବସ୍ଥାରେ ଉଭୟ ସରକାରୀ ଓ ଘରୋଇ ଅନୁଷ୍ଠାନର ପ୍ରଦର୍ଶନକୁ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ପ୍ରଦାନ କରାଯାଇଥାଏ। ଚଳିତବର୍ଷ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆକୁ ବ୍ୟାପକ ସଫଳତା ପ୍ରଦାନ କରାଯାଇଛି। ଏପରିକି ଚଳିତବର୍ଷ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ ଦେଶର ୧୬ତମ ବିଶ୍ୱବିଦ୍ୟାଳୟ ଭାବେ ସ୍ବୀକୃତି ଲାଭ କରିଛି। ସେହିଭଳି ସୋଆ ଓଡ଼ିଶାରେ ୧ ନମ୍ବର ଏବଂ ପୂର୍ବ ଭାରତରେ ୩ୟ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସଫଳତା ହାସଲ କରିଛି। ସେହିପରି ଏନ୍‌ଆଇଆର୍‌ଏଫ୍‌-୨୨ ତାଲିକାରେ ସୋଆ ଓଭରଅଲ୍‌ କ୍ୟାଟେଗୋରିରେ ୩୦ତମ ସ୍ଥାନରେ ରହିଥିବା ବେଳେ ମେଡିକାଲ ସାଇନ୍‌ସେସ୍‌ରେ ୧୮ତମ, ଇଞ୍ଜିନିୟରିଂରେ ୨୭ତମ ଏବଂ ଡେଣ୍ଟାଲ ସାଇନ୍‌ସେସ୍‌ରେ ୧୦ମ ସ୍ଥାନରେ ରହିଛି।
ଅପରପକ୍ଷରେ ୧ମ ଥର ପାଇଁ ଏହି ର଼୍ୟାଙ୍କିଙ୍ଗ୍‌ରେ ସୋଆର ଫ୍ୟାକଲ୍ଟି ଅଫ୍‌ ଲ’ ଦେଶରେ ୯ମ ସ୍ଥାନ ହାସଲ କରିଥିବା ବେଳେ ରିସର୍ଚ୍ଚ କ୍ୟାଟେଗୋରିରେ ୪୫ତମ ସ୍ଥାନରେ ସ୍ଥାନିତ ହୋଇଛି। ସୋଆର ୨ଟି ଅନୁଷ୍ଠାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ୍‌ ସାଇନ୍‌ସେସ୍‌ ଏବଂ ସୋଆ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲ’ ୧ମ ଥର ପାଇଁ ଦେଶର ଶ୍ରେଷ୍ଠ ୧୦ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନିତ ହୋଇଛି। ଉଲ୍ଲେଖଯୋଗ୍ୟ, ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ଓ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ ପୂର୍ବାଞ୍ଚଳରେ ଏକ ନମ୍ବର ସ୍ଥାନରେ ରହିଥିବା ବେଳେ ସୋଆ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲ’ (ଫ୍ୟାକଲ୍ଟି ଅଫ୍‌ ଲ’) ପୂର୍ବାଞ୍ଚଳରେ ତୃତୀୟ ସ୍ଥାନରେ ରହିଛି।
୨୫ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର ବିଶେଷତ୍ୱ। ୨୦୦୭ ଜୁଲାଇ୧୭ ରେ ୟୁଜିସି ଆକ୍ଟ ୧୯୫୬ ର ସେକ୍ସନ ୩ ଅନୁଯାୟୀ କେନ୍ଦ୍ର ସରକାର ସୋଆକୁ ଡିମ୍‌ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଥିଲେ। ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିବାର ୧୫ବର୍ଷ ପରେ ସୋଆ ସଫଳତାର ଶିଡ଼ି ଚଢ଼ିଚାଲିଥିବା ବେଳେ ୨୦୧୬ ମସିହାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ ହୋଇଥିବା ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସବୁଠାରୁ ନବତମ ବିଶ୍ୱବିଦ୍ୟାଳୟ ଭାବେ ବିଗତ ୭ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜର ସ୍ଥାନ ବଜାୟ ରଖିଛି। ସେହିପରି ଗତ ୩ବର୍ଷ ହେବ ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇପାରିଛି ସୋଆ।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri