ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ କୁମଜୋରରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଥିଲେ। ବରିଷ୍ଠ ଶିକ୍ଷକ ସୁନୀଲ ପଣ୍ଡା ଓ ସୁଜାତା ପଣ୍ଡାଙ୍କ ସେ ବଡ଼ ପୁଅ ଅଟନ୍ତି। ଏହି ସଫଳତା ପରେ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।

ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର ହୋଇଥିବାବେଳେ ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ ଦୀପ୍ତିରଞ୍ଜନ ପତି ତୃତୀୟ ସ୍ଥାନରେ ରହିଛନ୍ତି।

ସେହିପରି ୪ର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ ରହିଥିବା ବେଳେ ୫ମ ସ୍ଥାନରେ ଆଜାଦ ସାହୁ, ୬ଷ୍ଠ ସ୍ଥାନରେ ଦୀପମ ରାଉତ, ୭ମ ସ୍ଥାନରେ ଦେବଦ୍ରତ ଗୌଡ଼,୮ମ ସ୍ଥାନରେ ଆଦିତ୍ୟ ଦୀପଙ୍କର ରାଉତ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ରହିଥିବା ବେଳେ ୧୦ମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି।

ଉକ୍ତ ପରୀକ୍ଷା ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୁଏ, ଯଥା:- ପ୍ରାରମ୍ଭିକ ପରୀକ୍ଷା, ମୁଖ୍ୟ ପରୀକ୍ଷା ଏବଂ ଇଣ୍ଟରଭ୍ୟୁ। ଓଡ଼ିଶା ସିଭିଲ ସର୍ଭିସ, ୨୦୨୨ ପରୀକ୍ଷାର ବିଜ୍ଞାପନ ତା ୩୦.୧୨.୨୦୨୨ରେ ସମୁଦାୟ ୬୮୩ ( ୨୨୭- ମହିଳା) ପଦବୀ ପାଇଁ ପ୍ରକାଶିତ ହୋଇଥିଲା ।

ଏହି ପରୀକ୍ଷା ପାଇଁ ସମୁଦାୟ ୯୨୯୧୪ (୩୪୭୧୨-ମହିଳା) ପ୍ରାର୍ଥୀ ଆବେଦନ କରିଥିଲେ ଏବଂ ଏହା ମଧ୍ୟରୁ ୪୦୫୮୬ (୧୪୮୫୨-ମହିଳା) ପ୍ରାର୍ଥୀ ତା-୧୫.୧୦.୨୦୨୩ରେ ଅନୁଷ୍ଠିତ ହୋଇଥିବା ପ୍ରାରମ୍ଭିକ ପରୀକ୍ଷା ଦେଇଥିଲେ। ୮୨୨୦ (୨୭୩୦-ମହିଳା) ଜଣ ପରୀକ୍ଷାର୍ଥୀ ଏହି ପ୍ରାରମ୍ଭିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ଓଡିଶା ସିଭିଲ ସର୍ଭିସ (ମୁଖ୍ୟ) ପରୀକ୍ଷା, ୨୦୨୨ର ଲିଖିତ ପରୀକ୍ଷା ତା-୨୫.୦୨.୨୦୨୪ରୁ ତା ୦୩.୦୩.୨୦୨୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏବଂ ଏହି ପରୀକ୍ଷାରେ ୬୬୩୯ (୨୩୩୭-ମହିଳା) ପରୀକ୍ଷାର୍ଥୀ ଉପସ୍ଥିତ ଥିଲେ। ଏହା ମଧ୍ୟରୁ ୧୩୬୭ (୪୯୩-ମହିଳା) ପ୍ରାର୍ଥୀଙ୍କୁ ଦସ୍ତାବିଜ ଯାଞ୍ଚ ଏବଂ ଇଣ୍ଟରଭ୍ୟୁ ପରୀକ୍ଷା ପାଇଁ କଟକସ୍ଥିତ ଓଡ଼ଶା ଲୋକସେବା ଆୟୋଗର କାର୍ଯ୍ୟାଳୟରେ ତା ୧୦.୦୯.୨୦୨୪ ରିଖରୁ ତା ୦୭.୧୦.୨୦୨୪ ରିଖ ଅବଧି ମଧ୍ୟରେ ଡକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri