ଅଶ୍ଳୀଳ ଭିଡିଓ ପଠାଇବା ଘଟଣା: ପାଲଟା ଅଭିଯୋଗ ଆଣିଲେ ଓଏଏସ୍‌ ଅଫିସର

ଭୁବନେଶ୍ୱର, ୮ା୭ (ବ୍ୟୁରୋ): ମହିଳା କର୍ମଚାରୀଙ୍କ ପାଖକୁ ଅଶ୍ଳୀଳ ଭିଡିଓ ଏବଂ ମେସେଜ ପଠାଇ ଅଡୁଆରେ ପଡ଼ିଛନ୍ତି ଜଣେ ଓଏଏସ୍‌ ଅଫିସର। ସମ୍ପୃକ୍ତ ମହିଳା କର୍ମଚାରୀ ତାଙ୍କ ନାମରେ ମହିଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ କେସ୍‌ ନଂ. ୩୪/୨୦ ଆଇପିସି ଦଫା ୩୫୪ (ଡି), ୨୯୪, ୫୦୬, ୫୦୭, ୫୦୯ ଏବଂ ଆଇଟି ଆକ୍ଟ ୬୭ ଓ ୬୭(ଏ)ରେ ମାମଲା ରୁଜୁ କରିଛି। ସମ୍ପୃକ୍ତ ଅଫିସରଙ୍କୁ ଥାନାରେ ହାଜର ହୋଇ ବୟାନ ରଖିବାକୁ ତଦନ୍ତକାରୀ ଅଧିକାରୀଙ୍କ ପକ୍ଷରୁ ନୋଟିସ କରାଯାଇଥିବା ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ମଙ୍ଗଳବାର ନୂଆ ମୋଡ଼ ଆସିଛି। ଅଭିଯୁକ୍ତ ଅଫିସର ଜଣଙ୍କ ମଧ୍ୟ ସମ୍ପୃକ୍ତ ମହିଳା କର୍ମଚାରୀଙ୍କ ନାମରେ ପାଲଟା ଅଭିଯୋଗ ଆଣିଛନ୍ତି। ସେ ଏ ନେଇ କ୍ୟାପିଟାଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଫିସର ଜଣକ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଯୁବତୀ ଜଣଙ୍କ ଚାକିରି କରୁଥିବା ଠିକା ସଂସ୍ଥା ଅଧୀନରେ ଯୁବତୀଙ୍କ ପୁରୁଷ ବନ୍ଧୁ ପ୍ରୋଗ୍ରାମିଂ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ତେବେ ଚାକିରି ପାଇଁ ପ୍ରୋଗ୍ରାମିଂ ମ୍ୟାନେଜର ଦେଇଥିବା ଡକ୍ୟୁମେଣ୍ଟ ସବୁ ଜାଲ୍‌ ରହିଥିଲା। ଏହା ଜାଣିବା ପରେ ସେ ସମ୍ପୃକ୍ତ ଉକ୍ତ ପ୍ରୋଗ୍ରାମିଂ ମ୍ୟାନେଜରଙ୍କୁ ୨ତାରିଖରେ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ହେଲେ ତାଙ୍କଠାରୁ ସନ୍ତୋଷଜନକ ଉତ୍ତର ପାଇ ନ ଥିଲେ। ତେଣୁ ତାଙ୍କୁ କାର୍ଯ୍ୟରୁ ବିଦା କରିଦେଇଥିଲେ। ସେ ଯୁବତୀଙ୍କୁ ଅଶ୍ଲୀଳ ମେସେଜ ଏବଂ ଭିଡିଓ ପଠାଇ ନାହାନ୍ତି। ତାଙ୍କୁ ଫସାଇବା ପାଇଁ ଯୁବତୀ ଏବଂ ତାଙ୍କ ବନ୍ଧୁ ମିଶି ଏଭଳି ଷଡ଼ଯନ୍ତ୍ର କରିଛନ୍ତି। ତାଙ୍କ ମୋବାଇଲ୍‌ କେହି ବ୍ୟବହାର କରି ଏଭଳି ଭିଡିଓ ପଠାଇଛନ୍ତି। ଏହାର ଫରେନ୍‌ସିକ୍‌ ଯାଞ୍ଚ କଲେ ପ୍ରକୃତ ଘଟଣା ପଦାକୁ ଆସିବ। ସେପଟେ ପ୍ରୋଗ୍ରାମିଂ ମ୍ୟାନେଜର କହିଛନ୍ତି, କର୍ମକ୍ଷେତ୍ରରେ ନିର୍ଯାତନା ପାଉଥିବାରୁ ସେ ନିଜେ ଉକ୍ତ ଠିକା ସଂସ୍ଥାରୁ ୨ ତାରିଖ ପୂର୍ବରୁ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri