ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୦ା୯(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ ବଦଳି କରାଯାଇଥିବାବେଳେ ବିଡିଏ ଉପାୟୁକ୍ତ ପରେଶ କୁମାର ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଏବଂ ଯୁଧିଷ୍ଠିର ମେହେରଙ୍କୁ କେନ୍ଦୁଝର(ଆନନ୍ଦପୁର) ଅତିରିକ୍ତ ଉପଜିଲାପାଳ ଭାବେ ବଦଳି କରାଯାଇଛି। ସମ୍ପୃକ୍ତ ଅଧିକାରୀମାନଙ୍କୁ ଚଳିତମାସ ୧୦ ତାରିଖ ସୁଦ୍ଧା ନୂତନ ବଦଳି ସ୍ଥାନରେ ଯୋଗଦେବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷେ ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲର ରେଜିଷ୍ଟ୍ରାର ସଂଗ୍ରାମ ଶେଖର ପଣ୍ଡାଙ୍କୁ ବରଗଡ଼ (ପଦ୍ମପୁର) ଅତିରିକ୍ତ ଜିଲାପାଳ ଭାବେ ବଦଳି କରାଯାଇଥିଲା। ତେବେ ଅନ୍ୟାଦେଶ ଜାରି ପର୍ଯ୍ୟନ୍ତ ଏହି ବଦଳି ଅର୍ଡରକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri