ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…

ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗଣେଶ ପ୍ରସାଦ ନନ୍ଦ ଓ ତାଙ୍କ ସମ୍ପର୍କୀୟ ପ୍ରଦୀପ କୁମାର ପଣ୍ଡା। ତାଙ୍କ ନିକଟରୁ ବଣାଇଁ ପୋଲିସ ୩୮ ଏଟିଏମ କାର୍ଡ, ୧୦ଟି ମୋବାଇଲ ଫୋନ, ୨୫ ହଜାର ଟଙ୍କା, ୱେବ ସାମ୍ବାଦିକ ପରିଚୟ ପତ୍ର ଜବତ କରିଛି। ଏନେଇ ଥାନାରେ ଏକ ମାମଲା ନଂ. ୨୭୨/୨୫ ରୁଜ୍ଜୁ ହୋଇଛି। ୧୮ରୁ ଅଧିକ ଅଫିସରଙ୍କ ନିକଟରୁ ଭିଜିଲାନ୍ସ ଅଧିକାରୀ କହି ଟଙ୍କା ଠକି ନେଇଥିବା ପୋଲିସ ତଦନ୍ତରୁ ଜଣାପଡିଛି। ଅଭିଯୁକ୍ତମାନେ ନିଜକୁ ବରିଷ୍ଠ ଭିଜିଲାନ୍ସ ଅଫିସର ପରିଚୟ ଦେଇ ୨୦୨୧ରୁ ଅଫିସରଙ୍କ ଠାରୁ ଟଙ୍କା ଠକିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ତଦନ୍ତ ପରେ ୨ଦୁର୍ବୃତ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି l
ସୂଚନା ଅନୁଯାୟୀ, ବଣାଇଁରେ କାର୍ଯ୍ୟରତ ଜଣେ ଓଏଏସ ଅଫିସରଙ୍କୁ ଅନୁରୂପଭାବେ ଧମକ ଚମକ ଦେବା ନେଇ ଗୁରୁବାର ବଣାଇଁ ଥାନାରେ ଅଭିଯୋଗ ହୋଇଥିଲା। ରାଉରକେଲା ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ତଦନ୍ତ ଚଳାଇଥିଲା l ଏତଲାରେ ଥିବା ତଥ୍ୟ କ୍ରମେ ସମ୍ପୃକ୍ତ ଓଏଏସ ଅଫିସରଙ୍କୁ ୪ ଲକ୍ଷ ଟଙ୍କା ଅଭିଯୁକ୍ତମାନେ ଦାବି କରୁଥିଲେ l ସରକାରୀ ଅର୍ଥ ହେରଫେର କରିଥିବାରୁ ଚାରି ଲକ୍ଷ ଟଙ୍କା ଦେଲେ ଘଟଣା କୁ ରଫାଦଫା କରିବେ ବୋଲି କହିଥିଲେ l ସାଇବର ସଂସ୍ଥା ସହାୟତାରେ ବଣାଇଁ ପୋଲିସ ଓ ଭିଜିଲାନ୍ସ ବିଭାଗ ଟ୍ରାକିଂ କରି ସୁବର୍ଣ୍ଣପୁର ଜିଲା ବିରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଢାମାଳ ଗ୍ରାମରୁ ଗଣେଶ ପ୍ରସାଦ ଓ ପ୍ରଦୀପ କୁମାରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri