ଓଏଏସ୍‌ ଅଧିକାରୀସ୍ତରରେ ବଡ଼ଧରଣର ବଦଳି: ଜାଣନ୍ତୁ କାହାକୁ ଦିଆଗଲା କେଉଁଠି ନିଯୁକ୍ତି

ଭୁବନେଶ୍ୱର,୧୦ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣାଞ୍ଚଳ ଡିଭିଜନ-ବ୍ରହ୍ମପୁର ଆରଡିସି କାର୍ଯ୍ୟାଳୟର ଅତିରିକ୍ତ ଆୟୁକ୍ତ ବୀରସେନ ପ୍ରଧାନଙ୍କୁ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ସୁକାନ୍ତ କୁମାର ବେହେରାଙ୍କୁ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ଲିପ୍ସା ଦାସଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ, ସିଓନା ମିଶ୍ରଙ୍କୁ ରାଜସ୍ବ ପର୍ଷଦ କାର୍ଯ୍ୟାଳୟ-ଭୁବନେଶ୍ୱରସ୍ଥିତ ଆଡ୍‌ସିନାଲ ରିଭିଜନ କୋର୍ଟର ଅତିରିକ୍ତ ଆୟୁକ୍ତ, ମଞ୍ଜୁଲତା ମଲ୍ଲିକଙ୍କୁ କଟକସ୍ଥିତ ଜମି ରେକର୍ଡ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଆୟୁକ୍ତ, ପୀତାମ୍ବର ଭୋଇଙ୍କୁ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଆୟୁକ୍ତ(ବନ୍ଦୋବସ୍ତ ଓ ଚକବନ୍ଦୀ), ଶାନ୍ତନୁ କୁମାର ମହାନ୍ତିଙ୍କୁ ରାଜ୍ୟ ମଦ ନିଗମର ସାଧାରଣ ପରିଚାଳକ, ଆଶୁତୋଷ ସାମଲଙ୍କୁ କଟକସ୍ଥିତ ଜମି ରେକର୍ଡ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଆୟୁକ୍ତ ଭାବେ ନିଯୁକ୍ତ କରାଯାଇଛି।
ସେହିପରି ଦେବାଶିଷ ପଟନାୟକ(ବି)ଙ୍କୁ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଥିବାବେଳେ ରବିନାରାୟଣ ସାହୁଙ୍କୁ ଭଦ୍ରକ ଅତିରିକ୍ତ ଜିଲାପାଳ, ନବକ୍ରିଷ୍ଣ ଜେନାଙ୍କୁ କେନ୍ଦ୍ରାପଡା ଅତିରିକ୍ତ ଜିଲାପାଳ, ସୁନିଲ କୁମାର କେରକେଟାଙ୍କୁ ଗଞ୍ଜାମ ଅତିରିକ୍ତ ଜିଲାପାଳ, ଭକ୍ତବନ୍ଧୁ ଜନାର୍ଦନ ଦଳାଇଙ୍କୁ କୋରାପୁଟ ଅତିରିକ୍ତ ଜିଲାପାଳ, ବିଜୟାନନ୍ଦ ନାୟକଙ୍କୁ ନୟାଗଡ ଅତିରିକ୍ତ ଜିଲାପାଳ, ଅଭିମନ୍ୟୁ ବେହେରାଙ୍କୁ ଗଞ୍ଜାମ-କୋରାପୁଟ ବନ୍ଦୋବସ୍ତ କାର୍ଯ୍ୟାଳୟ ବ୍ରହ୍ମପୁରର ସେଟେଲମେଣ୍ଟ ଅଫିସର, ସଞ୍ଜୟ କୁମାର ରାଉତଙ୍କୁ ବାଲେଶ୍ୱର ଜିଲାପରିଷଦ ମୁଖ୍ୟ ଜିଲା ଅଧିକାରୀ, ତପନ କୁମାର ନାୟକଙ୍କୁ କୋରାପୁଟ ଅତିରିକ୍ତ ଜିଲାପାଳ ସହିତ ଡୁଡାର ପ୍ରକଳ୍ପ ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ମୁନିଦ୍ର ହୋନାଙ୍ଗଙ୍କୁ ଗଜପତି ଅତିରିକ୍ତ ଜିଲାପାଳ ଭାବେ ନିଯୁକ୍ତ କରାଯାଇଥିବାବେଳେ ଦିଲ୍ଲୀପ କୁମାର ପ୍ରଧାନଙ୍କୁ ଦେବଗଡ଼ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିତେନ୍ଦ୍ର କୁମାର ନାୟକଙ୍କୁ କେନ୍ଦ୍ରାପଡା ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ଯୋଗେଶ୍ୱର ନାୟକଙ୍କୁ ସୁନ୍ଦରଗଡ଼ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ବିଜୟ କୁମାର ବେହେରାଙ୍କୁ ଗଞ୍ଜାମ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଧନାଇ ଚରଣ ଟୁଡ଼ୁଙ୍କୁ ଭଦ୍ରକ ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ବୁଲବୁଲ୍‌ ବେହେରାଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦର ଏଷ୍ଟାବ୍ଲିସ୍‌ମେଣ୍ଟ ଅଫିସର, କାଜଲ ପ୍ରଧାନଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ-କଟକଙ୍କ ଉପସଚିବ, ଆଶିଷ ରଞ୍ଜନ ସାହୁଙ୍କୁ ଢେଙ୍କାନାଳ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ଶରତ ମାଝୀଙ୍କୁ ବଲାଙ୍ଗୀର ମୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ଶୁଭଶ୍ରୀ ତ୍ରିପାଠୀଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ଉପସଚିବ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା...

କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ଜୁନ ୨୭ରେ ରିଲିଜ୍‌ ହେବ ‘କନ୍ନାପା’: ମହାଦେବଙ୍କ ଭୂମିକାରେ ଅକ୍ଷୟ

ହାଇଦ୍ରାବାଦ,୧୫।୬: ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ସାଉଥ୍‌ ସିନେମା ତଥା ମଲ୍ଟିଷ୍ଟାରର୍‌ ମୁଭି ‘କନ୍ନାପା’ ଆସନ୍ତା ଜୁନ ୨୭ରେ ରିଲିଜ୍‌ ହେବାକୁ ଯାଉଛି। ରବିବାର ଏହାର...

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା...

ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍‌ ଜୋର୍‌ରେ ବଜ୍ରପାତ ହେବାରୁ…

ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର...

୧୩ ଜଣଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା, ରାଜିଆମ୍ମାଙ୍କ ଖୁସି କହିଲେ ନ ସରେ…

ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ମଲାଡ଼ ପଞ୍ଚାୟତର ପ୍ରାୟ ୧୦ଟି ଗ୍ରାମରେ ସରପଞ୍ଚ ମମତା ବେହେରା ରାଜ୍ୟ ସରକାରଙ୍କ ୮୦ ବର୍ଷରୁ ଅଧିକ ୧୩ ଜଣଙ୍କୁ ବର୍ଦ୍ଧିତ ଭତ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri