ଓଏଏସ୍‌ ଅଧିକାରୀସ୍ତରରେ ବଡ଼ଧରଣର ବଦଳି: ଜାଣନ୍ତୁ କାହାକୁ ଦିଆଗଲା କେଉଁଠି ନିଯୁକ୍ତି

ଭୁବନେଶ୍ୱର,୧୦ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣାଞ୍ଚଳ ଡିଭିଜନ-ବ୍ରହ୍ମପୁର ଆରଡିସି କାର୍ଯ୍ୟାଳୟର ଅତିରିକ୍ତ ଆୟୁକ୍ତ ବୀରସେନ ପ୍ରଧାନଙ୍କୁ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ସୁକାନ୍ତ କୁମାର ବେହେରାଙ୍କୁ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ଲିପ୍ସା ଦାସଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ, ସିଓନା ମିଶ୍ରଙ୍କୁ ରାଜସ୍ବ ପର୍ଷଦ କାର୍ଯ୍ୟାଳୟ-ଭୁବନେଶ୍ୱରସ୍ଥିତ ଆଡ୍‌ସିନାଲ ରିଭିଜନ କୋର୍ଟର ଅତିରିକ୍ତ ଆୟୁକ୍ତ, ମଞ୍ଜୁଲତା ମଲ୍ଲିକଙ୍କୁ କଟକସ୍ଥିତ ଜମି ରେକର୍ଡ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଆୟୁକ୍ତ, ପୀତାମ୍ବର ଭୋଇଙ୍କୁ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଆୟୁକ୍ତ(ବନ୍ଦୋବସ୍ତ ଓ ଚକବନ୍ଦୀ), ଶାନ୍ତନୁ କୁମାର ମହାନ୍ତିଙ୍କୁ ରାଜ୍ୟ ମଦ ନିଗମର ସାଧାରଣ ପରିଚାଳକ, ଆଶୁତୋଷ ସାମଲଙ୍କୁ କଟକସ୍ଥିତ ଜମି ରେକର୍ଡ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଆୟୁକ୍ତ ଭାବେ ନିଯୁକ୍ତ କରାଯାଇଛି।
ସେହିପରି ଦେବାଶିଷ ପଟନାୟକ(ବି)ଙ୍କୁ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଥିବାବେଳେ ରବିନାରାୟଣ ସାହୁଙ୍କୁ ଭଦ୍ରକ ଅତିରିକ୍ତ ଜିଲାପାଳ, ନବକ୍ରିଷ୍ଣ ଜେନାଙ୍କୁ କେନ୍ଦ୍ରାପଡା ଅତିରିକ୍ତ ଜିଲାପାଳ, ସୁନିଲ କୁମାର କେରକେଟାଙ୍କୁ ଗଞ୍ଜାମ ଅତିରିକ୍ତ ଜିଲାପାଳ, ଭକ୍ତବନ୍ଧୁ ଜନାର୍ଦନ ଦଳାଇଙ୍କୁ କୋରାପୁଟ ଅତିରିକ୍ତ ଜିଲାପାଳ, ବିଜୟାନନ୍ଦ ନାୟକଙ୍କୁ ନୟାଗଡ ଅତିରିକ୍ତ ଜିଲାପାଳ, ଅଭିମନ୍ୟୁ ବେହେରାଙ୍କୁ ଗଞ୍ଜାମ-କୋରାପୁଟ ବନ୍ଦୋବସ୍ତ କାର୍ଯ୍ୟାଳୟ ବ୍ରହ୍ମପୁରର ସେଟେଲମେଣ୍ଟ ଅଫିସର, ସଞ୍ଜୟ କୁମାର ରାଉତଙ୍କୁ ବାଲେଶ୍ୱର ଜିଲାପରିଷଦ ମୁଖ୍ୟ ଜିଲା ଅଧିକାରୀ, ତପନ କୁମାର ନାୟକଙ୍କୁ କୋରାପୁଟ ଅତିରିକ୍ତ ଜିଲାପାଳ ସହିତ ଡୁଡାର ପ୍ରକଳ୍ପ ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ମୁନିଦ୍ର ହୋନାଙ୍ଗଙ୍କୁ ଗଜପତି ଅତିରିକ୍ତ ଜିଲାପାଳ ଭାବେ ନିଯୁକ୍ତ କରାଯାଇଥିବାବେଳେ ଦିଲ୍ଲୀପ କୁମାର ପ୍ରଧାନଙ୍କୁ ଦେବଗଡ଼ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିତେନ୍ଦ୍ର କୁମାର ନାୟକଙ୍କୁ କେନ୍ଦ୍ରାପଡା ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ଯୋଗେଶ୍ୱର ନାୟକଙ୍କୁ ସୁନ୍ଦରଗଡ଼ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ବିଜୟ କୁମାର ବେହେରାଙ୍କୁ ଗଞ୍ଜାମ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଧନାଇ ଚରଣ ଟୁଡ଼ୁଙ୍କୁ ଭଦ୍ରକ ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ବୁଲବୁଲ୍‌ ବେହେରାଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦର ଏଷ୍ଟାବ୍ଲିସ୍‌ମେଣ୍ଟ ଅଫିସର, କାଜଲ ପ୍ରଧାନଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ-କଟକଙ୍କ ଉପସଚିବ, ଆଶିଷ ରଞ୍ଜନ ସାହୁଙ୍କୁ ଢେଙ୍କାନାଳ ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ଶରତ ମାଝୀଙ୍କୁ ବଲାଙ୍ଗୀର ମୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ଶୁଭଶ୍ରୀ ତ୍ରିପାଠୀଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ଉପସଚିବ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?