ଅଗଷ୍ଟ ୨୭ରେ ଓଏଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୨୦।୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପ୍ରିଲିମିନାରି ପରୀକ୍ଷା ପାଇଁ ତାରିଖ ଘୋଷଣା କରଯାଇଛି। ରାଜ୍ୟର ୫ଟି ସ୍ଥାନରେ ଏହି ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓପିଏସ୍‌ସି ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୭ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ। ପ୍ରଥମ ପେପର ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୧୦୦ ମାର୍କର ପରୀକ୍ଷା ହେବ। ଏହାପରେ ଦ୍ୱିତୀୟ ପେପର ପରୀକ୍ଷା ଅପରାହ୍ନ ୧.୩୦ରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଚାଲିବ। ତେବେ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅତିରିକ୍ତ ୪୦ ମିନିଟ ସମୟ ଦିଆଯିବ। ଅର୍ଥାତ୍‌ ପ୍ରଥମ ପର୍ଯ୍ୟାୟରେ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨.୪୦ ଓ ଦ୍ୱିତୀୟ ପର୍ଯ୍ୟାୟରେ ଅପରାହ୍ନ ୧.୩୦ରୁ ଅପରାହ୍ନ ୪.୧୦ ପର୍ଯ୍ୟନ୍ତ ପରୀକ୍ଷା ପାଇଁ ସମୟ ଦିଆଯିବ। ଏଥିସହ ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ କାର୍ଡ ଏବଂ ଅଧିକ ସୂଚନା http://opsc.gov.in ୱେବସାଇଟରେ ଉପଲବ୍ଧ ହେବ ବୋଲି ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri