ଓଏଏସ୍‌ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍‌ ଟେନ୍‌ରେ ଅଛନ୍ତି…

ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ।  ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍‌ସାଇଟ୍‌ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର ହୋଇଥିବାବେଳେ ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ ଦୀପ୍ତିରଞ୍ଜନ ପତି ତୃତୀୟ ସ୍ଥାନରେ ରହିଛନ୍ତି।

ସେହିପରି ୪ର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ ରହିଥିବା ବେଳେ ୫ମ ସ୍ଥାନରେ ଆଜାଦ ସାହୁ, ୬ଷ୍ଠ ସ୍ଥାନରେ ଦୀପମ ରାଉତ, ୭ମ ସ୍ଥାନରେ ଦେବଦ୍ରତ ଗୌଡ଼,୮ମ ସ୍ଥାନରେ ଆଦିତ୍ୟ ଦୀପଙ୍କର ରାଉତ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ରହିଥିବା ବେଳେ ୧୦ମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି।

ଉକ୍ତ ପରୀକ୍ଷା ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୁଏ, ଯଥା:- ପ୍ରାରମ୍ଭିକ ପରୀକ୍ଷା, ମୁଖ୍ୟ ପରୀକ୍ଷା ଏବଂ ଇଣ୍ଟରଭ୍ୟୁ। ଓଡ଼ିଶା ସିଭିଲ ସର୍ଭିସ, ୨୦୨୨ ପରୀକ୍ଷାର ବିଜ୍ଞାପନ ତା ୩୦.୧୨.୨୦୨୨ରେ ସମୁଦାୟ ୬୮୩ ( ୨୨୭- ମହିଳା) ପଦବୀ ପାଇଁ ପ୍ରକାଶିତ ହୋଇଥିଲା ।

ଏହି ପରୀକ୍ଷା ପାଇଁ ସମୁଦାୟ ୯୨୯୧୪ (୩୪୭୧୨-ମହିଳା) ପ୍ରାର୍ଥୀ ଆବେଦନ କରିଥିଲେ ଏବଂ ଏହା ମଧ୍ୟରୁ ୪୦୫୮୬ (୧୪୮୫୨-ମହିଳା) ପ୍ରାର୍ଥୀ ତା-୧୫.୧୦.୨୦୨୩ରେ ଅନୁଷ୍ଠିତ ହୋଇଥିବା ପ୍ରାରମ୍ଭିକ ପରୀକ୍ଷା ଦେଇଥିଲେ। ୮୨୨୦ (୨୭୩୦-ମହିଳା) ଜଣ ପରୀକ୍ଷାର୍ଥୀ ଏହି ପ୍ରାରମ୍ଭିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ଓଡିଶା ସିଭିଲ ସର୍ଭିସ (ମୁଖ୍ୟ) ପରୀକ୍ଷା, ୨୦୨୨ର ଲିଖିତ ପରୀକ୍ଷା ତା-୨୫.୦୨.୨୦୨୪ରୁ ତା ୦୩.୦୩.୨୦୨୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏବଂ ଏହି ପରୀକ୍ଷାରେ ୬୬୩୯ (୨୩୩୭-ମହିଳା) ପରୀକ୍ଷାର୍ଥୀ ଉପସ୍ଥିତ ଥିଲେ। ଏହା ମଧ୍ୟରୁ ୧୩୬୭ (୪୯୩-ମହିଳା) ପ୍ରାର୍ଥୀଙ୍କୁ ଦସ୍ତାବିଜ ଯାଞ୍ଚ ଏବଂ ଇଣ୍ଟରଭ୍ୟୁ ପରୀକ୍ଷା ପାଇଁ କଟକସ୍ଥିତ ଓଡ଼ଶା ଲୋକସେବା ଆୟୋଗର କାର୍ଯ୍ୟାଳୟରେ ତା ୧୦.୦୯.୨୦୨୪ ରିଖରୁ ତା ୦୭.୧୦.୨୦୨୪ ରିଖ ଅବଧି ମଧ୍ୟରେ ଡକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri