ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହୁ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ବୁବୁନ ସାହୁ ଟପ୍ପର ହୋଇଛନ୍ତି। ସେହିପରି ଶୋଭନା ମହାନ୍ତି ଦ୍ବିତୀୟ ସ୍ଥାନ ଅଧିକାର କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି।
ମେରିଟ ଲିଷ୍ଟ ଅନୁଯାୟୀ ପ୍ରଥମ ୧୦ଟି ସ୍ଥାନରେ ରହିଥିବା କୃତୀ ପ୍ରତିଯୋଗୀମାନେ ହେଲେ ବୁବୁନ ସାହୁ (ଟପ୍ପର),୨-ଶୋଭନା ମହାନ୍ତି , ୩-ଜିତମିତ୍ର ସାହୁ,୪-କନକ ଜୈନ,୫-ସଂଗ୍ରାମ ପ୍ରଧାନ, ୬-ଅମନ ଗୋୟଲ, ୭-ଶାନ୍ତନୁ କୁମାର ଶତପଥୀ, ୮- ନିତେଶ କୁମାର ବାରିକ, ୯-ଶୀତଲ ପାତ୍ର, ୧୦-ଈତିଶ୍ରୀ ଜେନା।
ଫଳାଫଳ ପ୍ରକାଶ ପାଇବା ପରେ ସଫଳ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। କୃତକାର୍ଯ୍ୟ ହୋଇଥିବା ଏହି ସମସ୍ତ ୨୦୦ ଜଣ ପ୍ରାର୍ଥୀ ଆଗାମୀ ଦିନରେ ଓଡ଼ିଶା ସରକାରଙ୍କ ବିଭିନ୍ନ ପ୍ରଶାସନିକ ପଦପଦବୀରେ ଯୋଗଦେଇ ରାଜ୍ୟ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ପରୀକ୍ଷାର୍ଥୀମାନେ ଓପିଏସସିର ଅଫିସିଆଲ ୱେବସାଇଟ୍‌କୁ ଯାଇ ନିଜର ସମ୍ପୂର୍ଣ୍ଣ ସ୍କୋରକାର୍ଡ ଚେକ କରିପାରିବେ।
Image
ଏହି ପରୀକ୍ଷାରେ ମୋଟ ୩୫ ହଜାର ୧୬୫ଜଣ ପରୀକ୍ଷାର୍ଥୀ ପ୍ରିଲିମ୍‌ ଦେଇଥିଲେ। ଏଥିରେ ୩୮୫ଜଣ କୃତକାର୍ଯ୍ୟ ହେବା ପରେ ଇଣ୍ଟରଭ୍ୟୁ ପାଇଁ ମନୋନୀତ ହୋଇଥିଲେ।
Image
Image
Image

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri