ଓଏଏସ୍‌ ଟପ୍ପର ନେଉଥିଲେ ଲାଞ୍ଚ, ମାଡିବସିଲା ପୋଲିସ, ଆଉ ତା’ପରେ…

କୁଚିଣ୍ଡା/ଭୁବନେଶ୍ୱର,୧୩ା୯(ବିରଞ୍ଚତ୍ ଦର୍କା/ସତ୍ୟଜିତ ରାଉତ): ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସେ ଏବେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଅଛନ୍ତି। ଚାଷଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଛି। ଅଭିଯୁକ୍ତଦ୍ୱୟଙ୍କୁ ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏନେଇ ସମ୍ବଲପୁର ଭିଜିଲାନ୍ସ ଥାନାରେ ମାମଲା (ନଂ.୧୭/୨୦୨୫) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅପରପକ୍ଷରେ ଅଶ୍ୱିନୀଙ୍କ ପରିବାର ସଦସ୍ୟ ରହୁଥିବା ଭୁବନେଶ୍ୱର ମେଫେୟାର ରୋଡ୍‌ସ୍ଥିତ ଆବାସିକ କୋଠାରେ ଭିଜିଲାନ୍ସ ଚଢ଼ାଉ କରି ୪ ଲକ୍ଷ ୭୩ ହଜାର ଟଙ୍କା ଜବତ କରିଛି। ଭିଜିଲାନ୍ସର ସୂଚନା ଅନୁଯାୟୀ, ଅଭିଯୋଗକାରୀ ବାମରାର ଭିକି ନାୟକ ତାଙ୍କର ଏକ ଚାଷଜମିକୁ ଘରବାଡି କିସମରେ ପରିବର୍ତ୍ତନ ପାଇଁ ମାସେ ତଳେ ଆବେଦନ କରିଥିଲେ। ହେଲେ ଜମିର କିସମ ପରିବର୍ତ୍ତନ କରି ରେକର୍ଡ ଅଫ୍‌ ରାଇଟ୍ସ (ଆର୍‌ଓଆର୍‌) ଦେବା ପାଇଁ ତହସିଲ୍‌ଦାର ଅଶ୍ୱିନୀ ୨୦ ହଜାର ଟଙ୍କା ଦାବି କରିଥିଲେ। ଏତେ ଟଙ୍କା ଦେବାକୁ ଭିକି ଅକ୍ଷମତା ପ୍ରକାଶ କରିବାରୁ ଅଶ୍ୱିନୀ ଲାଞ୍ଚ ଟଙ୍କାକୁ କମାଇ ୧୫ ହଜାର କରିଦେଇଥିଲେ। ଟଙ୍କା ନ ଦେଲେ କାମ ଆଗେଇବ ନାହିଁ ବୋଲି ରୋକଠୋକ୍‌ କହିଦେଇଥିଲେ। ଅନ୍ୟ କୌଣସି ଉପାୟ ନ ପାଇ ଭିକି ଭିଜିଲାନ୍ସ ନିକଟରେ ଗୁରୁବାର ଅଭିଯୋଗ କରିଥିଲେ। ଏହାପରେ ଭିଜିଲାନ୍ସ ଅଶ୍ୱିନୀଙ୍କୁ ଧରିବାକୁ ଜାଲ ବିଛାଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଶ୍ୱିନୀଙ୍କ ପରାମର୍ଶକ୍ରମେ ଭିକି ଡ୍ରାଇଭର ପି. ପ୍ରବୀନଙ୍କୁ ଲାଞ୍ଚ ଟଙ୍କା ଦେବା ବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ସେମାନଙ୍କୁ କାବୁ କରିଥିଲା। ଏହାପରେ ଭିଜିଲାନ୍ସ ଟିମ୍‌ ଅଶ୍ୱିନୀଙ୍କୁ ପଚରାଉଚରା କରିବା ସହ ତଦନ୍ତ ପରିସରଭୁକ୍ତ କରିଥିଲା। ଏହାପରେ ଭିଜିଲାନ୍ସ ପକ୍ଷରୁ ଅଶ୍ୱିନୀଙ୍କ ଭୁବନେଶ୍ୱର ମେଫେୟାର ରୋଡ୍‌ରେ ଥିବା ଆବାସିକ କୋଠା, ସେ ରହୁଥିବା ବାମରା ପିଡବ୍ଲ୍ୟୁଡି ଆଇବି ଓ ତାଙ୍କ ଅଫିସ ଚାମ୍ବରରେ ଚଢାଉ କରାଯାଉଥିବା ସୂଚନା ଦିଆଯାଇଛି। ୧୯୯୨ ଜୁଲାଇ ୧୩ରେ ଜନ୍ମିତ ଅଶ୍ୱିନୀ ଓଏଏସ୍‌ ଟପ୍ପର ହେବା ପରେ ପ୍ରଥମେ ୨୦୨୧ ଡିସେମ୍ବର ୩୦ରେ ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟରେ ଟ୍ରେନି ରିଜର୍ଭ ଅଫିସର (ଟିଆର୍‌ଓ) ଭାବେ କାମ ଆରମ୍ଭ କରିଥିଲେ। ୨୦୨୩ ଜୁନ୍‌ ୧ରେ ସେ ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ତହସିଲଦାର ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୨୫ ଜୁଲାଇ ୧ରେ ସେ ବାମରା ତହସିଲଦାର ଭାବେ ବଦଳି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri