Posted inଜାତୀୟ

ଚରଣଜିତ୍ ନେଲେ ପଞ୍ଜାବର ଶାସନ ଭାର, ଶପଥ ଗ୍ରହଣ ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ୍‌

ଚଣ୍ଡିଗଡ଼,୧୯ ।୯: ବହୁ ମନ୍ଥନ ପରେ ଶେଷରେ କେବେ ଗଣମାଧ୍ୟମର ଦୃଷ୍ଟି ଗୋଚର ହୋଇ ନ ଥିବା କଂଗ୍ରେସ ନେତା ଚରଣଜିତ୍ ସିଂ ଚାନିଙ୍କୁ ମୁଳିଛି ପଞ୍ଜାବର ମୁଖ୍ୟମନ୍ତ୍ରୀ ଆସନ । ମାତ୍ର କେଇମାସ ପାଇଁ ହେଲେ ବି ଏହା ତାଙ୍କ ଜୀବନର ଏକ ବଡ ସୁଯୋଗ ବୋଲି କୁହାଯାଉଛି । ସୋମବାର ସକାଳ ୧୧ଟାରେ ସେ ଶପଥ ନେବେ । ଚାନି ଦଳିତ ସମ୍ପ୍ରଦାୟର ହୋଇଥିବା ବେଳେ ସେ କ୍ୟାପଟେନ ଅମରିନ୍ଦର ସିଂଙ୍କ ସରକାରରେ ଶିକ୍ଷା ଓ ପର୍ଯ୍ୟଟନ ମନ୍ତ୍ରୀ ଥିଲେ । ଚମକୌର ବିଧାନସଭା ଆସନରୁ ସେ ବିଧାୟକ ହୋଇଥିବା ବେଳେ ପଞ୍ଜାବ ବିଧାନସଭାର ବିରୋଧୀ ଦଳ ନେତା ମଧ୍ୟ ରହି ସାରିଛନ୍ତି । ଚାନିଙ୍କ ନାମ ହରିଶ ରାୱତ ଟୁଇଟ୍ କରିବା ପରେ ଏହାକୁ ନେଇ ସୁଖଜିନ୍ଦର କହିଛନ୍ତି ଚାନି ମୋର ଛୋଟ ଭାଇ ଭଳି ଏଥିରେ ମୁଁ ଖୁସି କାରଣ ଏହା ହାଇକମାଣ୍ଡଙ୍କ ନିଷ୍ପତ୍ତି ଏହାକୁ ମୁଁ ସ୍ୱାଗତ କରୁଛି । ମୁଖ୍ୟମନ୍ତ୍ରୀ ଭାବେ ଚାନିଙ୍କ ନାଁ ଘୋଷଣା ହେବା ପରେ ସେ ପ୍ରଥମଥର ଲାଗି ଗଣମାଧ୍ୟମ ସାମ୍ନାକୁ ଆସିଥିଲେ । ପ୍ରଥମେ ବିଧାୟକ ଦଳର ନେତା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ଭାବେ ନାମ ଘୋଷଣା ପୂର୍ବରୁ ସେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଚାନିଙ୍କୁ ସ୍ୱାଗତ ଜଣାଇବା ସହ ସେ ଏହି ସୀମା ରାଜ୍ୟର ସୁରକ୍ଷା କରିବେ ବୋଲି ଅମରିନ୍ଦର କହିଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ଆସନରେ ଚାନି ବସିବାକୁ ଯାଉଥିବା ବେଳେ ଏବେ ରାଜନୀତି ହୋଇଛି ଆହୁରି ସରଗରମ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri