‘ସତ୍ୟନିଷ୍ଠ ଓ ସ୍ବଚ୍ଛତା ଆଣିବାକୁ ଶପଥ ପାଠ’

ଭୁବନେଶ୍ୱର,୧।୧୧: ପୂର୍ବତଟ ରେଳପଥ ପକ୍ଷରୁ ସ୍ଥାନୀୟ ରେଳ ମୁଖ୍ୟାଳୟ ‘ରେଳସଦନ’ଠାରେ ସତର୍କତା ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି। ଏପରିକି ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନଙ୍କୁ ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତି ପାଇଁ ଶ୍ରୀବାସ୍ତବ ସମସ୍ତ କ୍ଷେତ୍ରରେ ସତ୍ୟନିଷ୍ଠ ଓ ସ୍ବଚ୍ଛତା ଆଣିବାକୁ ଶପଥ ପାଠ କରାଇଛନ୍ତି। ଉକ୍ତ ଶପଥ ଗ୍ରହଣ ସମାରୋହରେ ରେଳପଥର ସମସ୍ତ ବିଭାଗର ପ୍ରମୁଖ ଅଧିକାରୀମାନେ ଯୋଗ ଦେଇଥିବା ବେଳେ ଅନ୍ୟ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀମାନେ ମଧ୍ୟ ଅଖଣ୍ଡତା ପାଇଁ ଶପଥ ନେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ୩୧ରୁ ଆରମ୍ଭ ହୋଇଥିବା ସତର୍କତା ସଚେତନତା ସପ୍ତାହ ନଭେମ୍ବର ୬ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟ ମଧ୍ୟରେ ସାଧାରଣ ଜନତା ତଥା ରେଳ ବ୍ୟବହାରକାରୀଙ୍କୁ ସଚେତନ କରାଇବା ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯାଇଛି। ଏହାକୁ ସ୍ମରଣୀୟ କରିବା ପାଇଁ ସେମିନାର ଆୟୋଜନ କରାଯିବା ସହ ରେଳ କର୍ମଚାରୀ ତଥା ରେଳ ବ୍ୟବହାରକାରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ବ୍ୟାନର,ପୋଷ୍ଟର ଇତ୍ୟାଦି ପ୍ରଦର୍ଶିତ କରାଯାଉଛି। ରେଳପଥର ମୁଖ୍ୟ ସତର୍କତା ଅଧିକାରୀ ତଥା ବରିଷ୍ଠ ଉପମହାପ୍ରବନ୍ଧକ ସଞ୍ଜୟ କୁମାର ମହାପାତ୍ର ଉକ୍ତ ସମାରୋହକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri