‘ସତ୍ୟନିଷ୍ଠ ଓ ସ୍ବଚ୍ଛତା ଆଣିବାକୁ ଶପଥ ପାଠ’

ଭୁବନେଶ୍ୱର,୧।୧୧: ପୂର୍ବତଟ ରେଳପଥ ପକ୍ଷରୁ ସ୍ଥାନୀୟ ରେଳ ମୁଖ୍ୟାଳୟ ‘ରେଳସଦନ’ଠାରେ ସତର୍କତା ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି। ଏପରିକି ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନଙ୍କୁ ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତି ପାଇଁ ଶ୍ରୀବାସ୍ତବ ସମସ୍ତ କ୍ଷେତ୍ରରେ ସତ୍ୟନିଷ୍ଠ ଓ ସ୍ବଚ୍ଛତା ଆଣିବାକୁ ଶପଥ ପାଠ କରାଇଛନ୍ତି। ଉକ୍ତ ଶପଥ ଗ୍ରହଣ ସମାରୋହରେ ରେଳପଥର ସମସ୍ତ ବିଭାଗର ପ୍ରମୁଖ ଅଧିକାରୀମାନେ ଯୋଗ ଦେଇଥିବା ବେଳେ ଅନ୍ୟ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀମାନେ ମଧ୍ୟ ଅଖଣ୍ଡତା ପାଇଁ ଶପଥ ନେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ୩୧ରୁ ଆରମ୍ଭ ହୋଇଥିବା ସତର୍କତା ସଚେତନତା ସପ୍ତାହ ନଭେମ୍ବର ୬ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟ ମଧ୍ୟରେ ସାଧାରଣ ଜନତା ତଥା ରେଳ ବ୍ୟବହାରକାରୀଙ୍କୁ ସଚେତନ କରାଇବା ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯାଇଛି। ଏହାକୁ ସ୍ମରଣୀୟ କରିବା ପାଇଁ ସେମିନାର ଆୟୋଜନ କରାଯିବା ସହ ରେଳ କର୍ମଚାରୀ ତଥା ରେଳ ବ୍ୟବହାରକାରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ବ୍ୟାନର,ପୋଷ୍ଟର ଇତ୍ୟାଦି ପ୍ରଦର୍ଶିତ କରାଯାଉଛି। ରେଳପଥର ମୁଖ୍ୟ ସତର୍କତା ଅଧିକାରୀ ତଥା ବରିଷ୍ଠ ଉପମହାପ୍ରବନ୍ଧକ ସଞ୍ଜୟ କୁମାର ମହାପାତ୍ର ଉକ୍ତ ସମାରୋହକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri