ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ଭୁବନେଶ୍ୱର, ୧୩।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OAVET) ୨୦୨୬ ଏବଂ ଓଡ଼ିଶା ଖଣି ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OMAVET) ୨୦୨୬ ପାଇଁ ଅନଲାଇନ୍ ଫର୍ମ ପୂରଣ ଗୁରୁବାର ଠାରୁ ଆରମ୍ଭ ହୋଇଛି।

ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ରାଜ୍ୟର ବିଭିନ୍ନ ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ସିଧାସଳଖ ନାମଲେଖା ଏବଂ ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀରେ ଖାଲିଥିବା ଆସନ (ବିଭିନ୍ନ ବର୍ଗ ଅନୁଯାୟୀ)ରେ ପାର୍ଶ୍ୱ ପ୍ରବେଶ (lateral entry) ପାଇଁ OAVET-2026 ର ଫର୍ମ ପୂରଣ ଆରମ୍ଭ ହୋଇଛି।

ସେହିପରି, ଓଡ଼ିଶା ଖଣି ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ସିଧାସଳଖ ନାମଲେଖା ଏବଂ ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀରେ ଖାଲିଥିବା ଆସନ ପାଇଁ OMAVET-2026 ପାଇଁ ମଧ୍ୟ ଅନଲାଇନ୍ ଫର୍ମ ପୂରଣ ଆରମ୍ଭ ହୋଇଛି।

OAVET-2026 ଏବଂ OMAVET-2026 ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ପଞ୍ଜୀକରଣ ନଭେମ୍ବର ୨୫ (ମଧ୍ୟରାତ୍ରି) ପର୍ଯ୍ୟନ୍ତ ଜାରି ରହିବ। ପ୍ରାର୍ଥୀମାନେ www.bseodisha.ac.in ଏବଂ www.oav.edu.in ୱେବସାଇଟ୍ ମାଧ୍ୟମରେ ଆବେଦନ କରିପାରିବେ।

ଫର୍ମ ପୂରଣରେ କୌଣସି ଅସୁବିଧା ହେଲେ ପ୍ରାର୍ଥୀମାନେ ହେଲ୍ପଲାଇନ୍ ନମ୍ବର – ୯୮୬୧୯୨୪୮୦୭ ରେ ଯୋଗାଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri