ଟାଟାଷ୍ଟିଲ୍‌ ପକ୍ଷରୁ ଓ୍ବାକାଥନ୍‌

ଢେଙ୍କାନାଳ ଅଫିସ, ୯।୪ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ପକ୍ଷରୁ ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଉପଲକ୍ଷେ ଓ୍ବାକାଥନ୍‌ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ଆମ ପୃଥିବୀ ଆମ ସ୍ବାସ୍ଥ୍ୟ’ ଶୀର୍ଷକ ବିଷୟକୁ ନେଇ ଏହାର ଆୟୋଜନ କରାଯାଇଥିଲା। ଦୀର୍ଘ ୨ କିମି ବ୍ୟାପୀ ଆୟୋଜିତ ଏହି ସଚେତନତା ପଦଯାତ୍ରାରେ କାରଖାନାର ଆବାସିକ କଲୋନୀରେ କର୍ମଚାରୀ, ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ଏହି ଅବସରରେ ପିଲାମାନଙ୍କ ମଧ୍ୟରେ ଖାଦ୍ୟ ପ୍ରସ୍ତୁତି, ପୋଷ୍ଟର ଏବଂ ଅନୁଚ୍ଛେଦ ଲିଖନ ଆଦି ବିଭାଗରେ ପ୍ରତିଯୋଗିତା କରାଯାଇଥିଲା। ଚର୍ମରୋଗ, ଦନ୍ତରୋଗ, ରକ୍ତହୀନତା ଉପରେ ସ୍ବତନ୍ତ୍ର ସ୍କ୍ରିନିଂ ଶିବିର ଅନୁଷ୍ଠିତ ହୋଇଥିଲା।
ମାନବ ସମ୍ବଳ ( ବିଜ୍‌ନେସ୍‌ ପାର୍ଟନର) ମୁଖ୍ୟ ସନ୍ଦୀପ ଧୀର, ନିରାପତ୍ତା ବିଭାଗ ମୁଖ୍ୟ ଅଗମ କୁମାର, ଆଇରନ୍‌ ମେକିଂ ବିଭାଗ ମୁଖ୍ୟ ଅମିତ କୁମାର, କୋକ୍‌ ଓଭେନ ମୁଖ୍ୟ ଅମର ବାଉ ପ୍ରମୁଖ ଅତିଥି ଭାବେ ଯୋଗଦେଇ ପତାକା ଦେଖାଇ ପଦଯାତ୍ରାକୁ ଉଦ୍‌ଘାଟନ କରିଥିଲେ। ଶେଷରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ମେଡିକାଲ୍‌ ସର୍ଭିସେସ୍‌ ଆନୁକୂଲ୍ୟରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri