ଓବାମା, ବୁଶ, କ୍ଲିଣ୍ଟନ କ୍ୟାମେରା ସାମ୍ନାରେ ନେବେ କରୋନା ଟିକା

ୱାଶିଂଟନ,୪ ।୧୨: କରୋନା ମହାମାରୀ ଆମେରିକାରେ ତାଣ୍ଡବ ରଚିଥିବା ବେଳେ ଏବେ ଏହାର ଭ୍ୟାକ୍ସିନକୁ ନେଇ ଚର୍ଚ୍ଚା ଯୋର ଧରିଛି । ସବୁ ବିକାଶଶୀଳ ଦେଶ କରୋନା ଭ୍ୟାକ୍ସିନ ତିଆରି କରିବାରେ ଲାଗି ପଡିଥିବା ବେଳେ ଏବେ କେତେକ ଦେଶରେ ଏହା ଲୋକଙ୍କୁ ଦେବା ଲାଗି ପ୍ରସ୍ତୁତ ହୋଇଥିବା ଜଣାପଡିଛି । ଇତି ମଧ୍ୟରେ ଖବର ଆସିଛି କି ଆମେରିକାର ୩ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା, ବିଲ୍ କ୍ଲିଣ୍ଟନ ଓ ଜର୍ଜ ଡବ୍ଲୁ ବୁଶ କ୍ୟାମେରା ସାମ୍ନାରେ ଏହି ଟିକା ନେବାକୁ ରାଜି ହୋଇଛନ୍ତି । ଏହାର ମୂଳ ଉଦ୍ଦେଶ୍ୟ ହେଉଛି କରୋନା ଭ୍ୟାକ୍ସିନ ପ୍ରତି ଲୋକଙ୍କ ବିଶ୍ୱାସ ବୃଦ୍ଧି କରିବା । ଏହି ୩ ରାଷ୍ଟ୍ରପତିଙ୍କ ମତ ହେଲା ଏହାଦ୍ୱାରା ଆମେରିକାବାସୀଙ୍କର କେବଳ ଯେ କରୋନା ଭ୍ୟାକ୍ସିନ ପ୍ରତି ବିଶ୍ୱାସ ବଢିବ ତା’ନୁହେଁ ବରଂ କରୋନା ସହ ଲଢିବାକୁ ଲୋକଙ୍କ ମଧ୍ୟରେ ସାହସ ଆସିବ । କରୋନା ଭ୍ୟାକ୍ସିନକୁ ଆମେରିକାର ଫୁଡ ଆଣ୍ଡ ଡ୍ରଗ ଆଡମିନଷ୍ଟ୍ରେଶନ(ଏଫ୍‌ଡିଏ)ର ମଞ୍ଜୁରୀ ମିଳିବା ପରେ ବି ଏହାର ପ୍ରଭାବକୁ ନେଇ ଏବେବି ଲୋକଙ୍କ ମନରେ ସନ୍ଦେହ ରହିଛି । ବୁଧବାର ଏକ ସାକ୍ଷାତ୍‌କାରରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କହିଛନ୍ତି ଆମେରିକାର ସଂକ୍ରାମକ ରୋଗ ବିଶେଷଜ୍ଞ ଏନ୍ଥନି ଫାସିଙ୍କ ଉପରେ ମୋର ସମ୍ପୂର୍ଣ୍ଣ ଭରସା ରହିଛି । ସେ ହିଁ ମୋତେ କହିଛନ୍ତି ଏହି ଭ୍ୟାକ୍ସିନ ସୁରକ୍ଷିତ । ସେଥିପାଇଁ ମୁଁ ଏବେ ଏହାକୁ ନେବାକୁ ଯାଉଛି ବୋଲି ଓବାମା କହିଛନ୍ତି । ର୍ପୂ;ତନ ରାଷ୍ଟ୍ରପତି ବିଲ୍ କ୍ଲିଣ୍ଟନ ବି କହିଛନ୍ତି ସାର୍ବଜନିକ ଭାବେ ସେ ଏହି ଭ୍ୟାକ୍ସିନ ନେବାକୁ ପ୍ରସ୍ତୁତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri