ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ଭାରତର ମୁସଲମାନଙ୍କୁ ନେଇ ଟିପ୍ପଣୀରେ ବର୍ଷିଲେ ବାଇଡେନ ପ୍ରଶାସନ, କହିଲେ ଓବାମାଙ୍କ ହ୍ବାଇଟ ହାଉସ୍‌ ସହ କୌଣସି ସମ୍ଫର୍କ ନାହିଁ

ଓ୍ବାଶିଂଟନ୍‌.୨୯।୬:ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଭାରତର ମୁସଲମାନଙ୍କ ଉପରେ କରିଥିବା ଟିପ୍ପଣୀରେ ରାଜନୀତି ସରଗରମ ରହିଛି । ତେବେ ଏନେଇ ଓବାମାଙ୍କ ଏହି ମନ୍ତବ୍ୟରେ ବାଇଡେନ ପ୍ରଶାସନ ତାଙ୍କୁ ଟାର୍ଗେଟ କରିଛି। ବାଇଡେନ ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ସେ ଓବାମାଙ୍କୁ ସମ୍ମାନ କରନ୍ତି, କିନ୍ତୁ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ସମୟରେ ସେ ଦେଇଥିବା ମନ୍ତବ୍ୟ ବାଇଡେନ ପ୍ରଶାସନର ଆଭିମୁଖ୍ୟଠାରୁ ଭିନ୍ନ। ହିନ୍ଦୁସ୍ତାନ ଟାଇମ୍ସ ଅନୁଯାୟୀ, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସରକାରଙ୍କ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓବାମାଙ୍କୁ ଦେଶର ସାଧାରଣ ନାଗରିକ ବୋଲି କହିବା ସହ ତାଙ୍କର ହ୍ବାଇଟ୍‌ ହାଉସ ସହିତ କୌଣସି ସମ୍ପର୍କ ନାହିଁ ବୋଲି କହିଛନ୍ତି। ଅଧିକାରୀ ଜଣକ କହିଛନ୍ତି ଯେ, ରାଷ୍ଟ୍ରପତି ବାଇଡେନ ମୋଦିଙ୍କ ସହ ସମସ୍ତ ପ୍ରକାର ପ୍ରସଙ୍ଗ ଉଠାଇଛନ୍ତି ଏବଂ ତାଙ୍କୁ ସମ୍ମାନର ସହ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri