ଓବାମାଙ୍କ ଉପରାଷ୍ଟ୍ରପତି

ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାକୁ ଯାଉଥିବା ଜୋ ବାଇଡେନ୍‌ଙ୍କ ପୂରାନାମ ଜୋସେଫ୍‌ ରୋବିନେଟ୍ଟେ ବାଇଡେନ୍‌ ଜୁନିୟର। ୧୯୪୨ ନଭେମ୍ବର ୨୦ରେ ଜନ୍ମିତ ଏହି ରାଜନେତା ବାରାକ୍‌ ଓବାମା ପ୍ରଶାସନରେ ୨୦୦୯ରୁ ୨୦୧୭ ଉପରାଷ୍ଟ୍ରପତି ଥିଲେ। ଡେମୋକ୍ରାଟିକ ପାର୍ଟର ସଦସ୍ୟ ଭାବେ ସେ ୧୯୭୩ରୁ ୨୦୦୯ ଡେଲାଓ୍ବାରେରୁ ସିନେଟର ଥିଲେ। ପେନ୍‌ସିଲଭାନିଆର ସ୍କ୍ରାଣ୍ଟନରେ ଜନ୍ମିତ ବାଇଡେନ୍‌ ୧୯୬୮ରେ ସିରାକସ୍‌ ୟୁନିଭର୍ସିଟିରୁ ଆଇନରେ ଡିଗ୍ରୀ ହାସଲ ପରେ ୧୯୭୦ରେ ନ୍ୟୁ କାଷ୍ଟଲ୍‌ କାଉଣ୍ଟିର କାଉନ୍‌ସିଲର ନିର୍ବାଚିତ ହୋଇଥିଲେ। ଆମେରିକା ଇତିହାସରେ ଷଷ୍ଠ ସର୍ବକନିଷ୍ଠ ସିନେଟର ଭାବେ ସେ ୧୯୭୨ରେ ନିର୍ବାଚିତ ହୋଇଥିଲେ। ଦୀର୍ଘଦିନ ଧରି ସେ ସିନେଟ ଫରେନ୍‌ ରିଲେଶନ କମିଟିର ସଦସ୍ୟ ରହିବା ସହ ଏହାର ଅଧ୍ୟକ୍ଷ ହୋଇଥିଲେ। ୧୯୮୮ ଓ ୨୦୦୮ରେ ଡେମୋକ୍ରାଟିକ୍‌ ପାର୍ଟିରୁ ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରେ ହାରିଯାଇଥିଲେ। ୨୦୨୦ ରାଷ୍ଟ୍ରପତି ନିର୍ବାଚନ ପାଇଁ ବାଇଡେନ୍‌ ୨୦୧୯ରେ ନିଜର ପ୍ରାର୍ଥତ୍ତ୍ୱ ଘୋଷଣା କରିଥିଲେ। ୨୦୨୦ ଜୁନ୍‌ରେ ପ୍ରାର୍ଥୀ ହେବା ପରେ ସେ କାଲିଫର୍ନିଆ ସିନେଟର କମଲା ହାରିସ୍‌ଙ୍କୁ ତାଙ୍କ ରନିଂ ମେଟ୍‌ ତଥା ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri