Posted inଜାତୀୟ

ଲଦାଖ ଭବନରେ ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ

ନୂଆଦିଲ୍ଲୀ,୭ା୧୦: ଲଦାଖକୁ ସମ୍ବିଧାନର ଷଷ୍ଠ ପରିଚ୍ଛେଦ ମାନ୍ୟତା ପ୍ରଦାନ ଦାବିରେ ଜଳବାୟୁ କର୍ମୀ ସୋନମ୍‌ ଓ୍ବାଙ୍ଗଚୁକ୍‌ ଦିଲ୍ଲୀର ଯନ୍ତରମନ୍ତରରେ ଆମରଣ ଅନଶନରେ ବସିବା ପାଇଁ ଅନୁମତି ଲୋଡ଼ିଥିଲେ। ତେବେ ଏଥିପାଇଁ ଅନୁମତି ନ ମିଳିବାରୁ ସେ ରବିବାର ଲଦାଖ ଭବନରେ ଅନଶନରେ ବସିଛନ୍ତି। ଦିଲ୍ଲୀରେ ଅନ୍ୟ କୌଣସି ସ୍ଥାନ ସେମାନଙ୍କୁ ନ ମିଳିବାରୁ ଲଦାଖ ଭବନରେ ଆନ୍ଦୋଳନ କରିବାକ ବାଧ୍ୟ ହେଲୁ ବୋଲି ଓ୍ବାଙ୍ଗ୍‌ଚୁକ୍‌ ଅନଶନରେ ବସିବା ପୂର୍ବରୁ ଗଣମାଧ୍ୟମକୁ କହିଛନ୍ତି। ଓ୍ବାଙ୍ଗ୍‌ଚୁକ୍‌ଙ୍କ ସମେତ ୧୮ ଜଣ ଲଦାଖ ଭବନ ଫାଟକ ନିକଟରେ ଅନଶନରେ ବସିବା ସହ ଭାରତ ମାତା କୀ ଜୟ, ଜୟ ଲଦାଖ, ଲଦାଖ ବଞ୍ଚାଅ, ହିମାଳୟ ବଞ୍ଚାଅ ଆଦି ସ୍ଲୋଗାନ ଦେଇଛନ୍ତି।
ଅନ୍ୟପକ୍ଷରେ ଦିଲ୍ଲୀ ପୋଲିସ କହିଛି, ଅଳ୍ପ ସମୟ ପୂର୍ବରୁ ସେମାନେ ଅନଶନ ପାଇଁ ଅନୁମତି ମାଗିଥିଲେ ତେବେ ଅନଶନର ନିର୍ଦ୍ଦିଷ୍ଟ ସମୟ ଓ କେତେ ଲୋକଙ୍କ ସମାଗମ ହେବ ତାହା ଉଲ୍ଲେଖ କରି ନ ଥିଲେ। ଗାଇଡ୍‌ଲାଇନ ଅନୁଯାୟୀ, ଯନ୍ତରମନ୍ତରରେ କୌଣସି ଆନ୍ଦୋଳନ କରିବାକୁ ହେଲେ ଅନୂ୍ୟନ ୧୦ ଦିନ ପୂର୍ବରୁ ଆବେଦନ କରିବାକୁ ହେବ। ଏଥିସହିତ ଆନ୍ଦୋଳନ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri