ଆଜିଠୁ ଭାଜପାର ‘ଓବିସି ଜନଜାଗରଣ ଯାତ୍ରା’

ଭୁବନେଶ୍ବର, ୨୧ା୪(ବ୍ୟୁରୋ): ସାରା ଦେଶରେ ଶିକ୍ଷା ଓ ନିଯୁକ୍ତିରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ମିଳୁଥିବାବେଳେ ଓଡ଼ିଶାରେ ଏହା ମିଳୁନାହିଁ। ବିଶେଷକରି ଶିକ୍ଷାନୁଷ୍ଠାନରେ ନାମଲେଖାରେ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ଆଦୌ ସଂରକ୍ଷଣ ମିଳୁନି। ରାଜ୍ୟରେ ଓବିସି ଜନସଂଖ୍ୟା ୫୪ ପ୍ରତିଶତ। ଦେଶରେ ଅନ୍ୟ ରାଜ୍ୟଗୁଡ଼ିକରେ ଓବିସିବର୍ଗଙ୍କୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ଯଥେଷ୍ଟ ସଂରକ୍ଷଣ ସୁବିଧା ମିଳୁଥିବାବେଳେ ରାଜ୍ୟ ସରକାର ଏହି ବର୍ଗର ଲୋକଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରିଛନ୍ତି। ଭାଜପା ଏ ସମସ୍ତ ପ୍ରସଙ୍ଗରେ ଶୁକ୍ରବାରଠାରୁ ‘ଓବିସି ଜନଜାଗରଣ ଯାତ୍ରା’ ଆରମ୍ଭ କରିବ। ଢେଙ୍କାନାଳଠାରୁ ଆନୁଷ୍ଠାନିକଭାବେ ଏହି ଯାତ୍ରା ଆରମ୍ଭ ହୋଇ ରାଜ୍ୟର ସବୁ ସାଙ୍ଗଠନିକ ଜିଲା ଓ ନିର୍ବାଚନମଣ୍ଡଳୀରେ ଚାଲିବ ବୋଲି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ସୂଚନା ଦେଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୁରଥ କହିଛନ୍ତି, ଓବିସି ମୋର୍ଚ୍ଚାର ଜନଜାଗରଣ ଯାତ୍ରାର ଲିଫ୍‌ଲେଟ, ପୋଷ୍ଟର, ପ୍ରଚାର ଗାଡ଼ି ଓ ଗୀତ ବିଧାୟକ ତଥା ରାଜ୍ୟ ଉପସଭାପତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଓବିସି ମୋର୍ଚ୍ଚା ପ୍ରଭାରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ଦ୍ୱାରା ଉନ୍ମୋଚନ କରାଯାଇଛି। ଓବିସି ବର୍ଗଙ୍କ ପ୍ରତି ରାଜ୍ୟ ସରକାରଙ୍କ ଉଦାସୀନତା ମନୋଭାବ ରହିଛି ବୋଲି ସୁରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri