Posted inଜାତୀୟ

ମେଡିକାଲ କଲେଜରେ ସ୍ଥାନ ସଂରକ୍ଷରକୁ ନେଇ ମାୟାବତୀ କହିଲେ ଏହା ସରକାରଙ୍କ ନିର୍ବାଚନୀ ନିଷ୍ପତ୍ତି

ଲକ୍ଷ୍ନୌ,୩୦ ।୭: ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ଅଧ୍ୟକ୍ଷା ମାୟାବତୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ମେଡିକାଲ କଲେଜରେ ଅଦର ବ୍ୟାକୱାର୍ଡ କ୍ଲାସେସ(ଓବିସି)ଙ୍କ ପାଇଁ ୨୭ ପ୍ରତିଶତ ଓ ଇକୋନମିକାଲି ୱିକର ସେକ୍ସନ(ଇଡବ୍ଲୁଏସ୍‌)ଙ୍କ ପାଇଁ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯିବାକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି ମାୟାବତୀ । ସେ କହିଛନ୍ତି ଏହା ନିର୍ବାଚନୀ ରାଜନୈତିକ ସ୍ୱାର୍ଥ ପାଇଁ କରାଯାଇଥିବା ବାରି ହୋଇ ପଡୁଛି । ଟୁଇଟ୍ କରି ମାୟାବତୀ କହିଛନ୍ତି ଏହି ସଂରକ୍ଷଣ ବ୍ୟବସ୍ଥା କଥା ବହୁ ବିଳମ୍ବରେ ନିଷ୍ପତ୍ତି ନିଆଯାଇଛି । ଯଦି ଏହି ନିଷ୍ପତ୍ତି ଆଗରୁ ନିଆଯାଇଥାଆନ୍ତା, େବେ ଅନେକ ପିଲା ଉପକୃତ ହୋଇ ଥାଆନ୍ତେ । କିନ୍ତୁ ଏହା ଆଗକୁ ଥିବା ବିଧାନସଭା ନିର୍ବାଚନକୁ ଆଖିଆଗରେ ଖି କରାଯାଇଥିବା ସେ କହିଛନ୍ତି । ସୂଚନାଯୋଗ୍ୟ, ସ୍ଥାନ ସଂରକ୍ଷଣ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ମେଡିକାଲ/ଡେଣ୍ଟାଲ କୋର୍ସ( ଗଈଈଝ, ଗଊ, ଗଝ, ଊସକ୍ଟ୍ରକ୍ଷକ୍ଟଜ୍ଞବ, ଈଊଝ ବଦ୍ଭୟ ଗଊଝ) ପାଠ୍ୟକ୍ରମରେ ମିଳିବ । ଏହା ୨୦୨୧-୨୨ ଶିକ୍ଷାବର୍ଷରୁ ଲାଗୁ କରାଯିବ । ଏହାଦ୍ୱାରା ପ୍ରତିବର୍ଷ ଏମ୍‌ବିବିଏସ୍‌ରେ ୧,୫୦୦ ପୋଷ୍ଟ ଗ୍ରାଜୁଏଶନରେ ୨,୫୦୦ଜଣ ଓବିସି ଛାତ୍ରୀଛାତ୍ର ଉପକୃତ ହେବେ । ସେହିପରି ଇଡବ୍ଲୁଏସ୍‌ର ୫୫୦ ଏମ୍‌ବିବିଏସ୍‌ରେ ଓ ୧୦୦୦ ଛାତ୍ରୀଛାତ୍ର ପୋଷ୍ଟ ଗ୍ରାଜୁଏଶନରେ ଉପକୃତ ହେବେ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri