ମେ’ ପହିଲାରୁ ଆରମ୍ଭ ହେବ ଓବିସି ସର୍ଭେ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ ମେ’ ପହିଲାରୁ ଓବିସି ବା ପଛୁଆ ବର୍ଗ ସର୍ଭେ ଆରମ୍ଭ ହେବ। ବିହାର ପରେ ଓଡ଼ିଶା ଏହି ପଛୁଆ ବର୍ଗଙ୍କ ସର୍ଭେ କରିବାକୁ ଯାଉଛି। ମେ’ ୨୦ରେ ଏହି ସର୍ଭେ ଶେଷ ହେବ। ଏହା ପରେ ମେ’ ୨୧ରୁ ୨୭ ତାରିଖ ଯାଏ ସ୍ପେଶାଲ ଡ୍ରାଇଭ ଚାଲିବ। ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନରେ ସର୍ଭେ ହେବ। ଏନେଇ ବୁଧବାରଠାରୁ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।
ଅନ୍‌ଲାଇନରେ ଜଣେ ବ୍ୟକ୍ତି ଓଏସ୍‌ସିବିସି ବା ଓବିସି କମିଶନଙ୍କ ୱେବ୍‌ସାଇଟକୁ ଯାଇ ସମସ୍ତ ତଥ୍ୟ ଦେଇ ଆବେଦନ କରିପାରିବେ। ଅଫ୍‌ଲାଇନ ସର୍ଭେ ପାଇଁ ଗାଁ ଏବଂ ୱାର୍ଡରେ ଏନୁମରେଟର ସେଣ୍ଟର ଖୋଲିବ। ଅଙ୍ଗନୱାଡି କିମ୍ବା ସ୍କୁଲ ଘରେ ଏହି ସେଣ୍ଟର ଖୋଲିବ। ଅଫ୍‌ଲାଇନ ସର୍ଭେରେ ଏନୁମରେଟର ଭାବେ ଅଙ୍ଗନୱାଡି କର୍ମୀ ଓ ଶିକ୍ଷକ ନିୟୋଜିତ ହେବେ। ପଞ୍ଜୀକରଣ ପାଇଁ ଆଇସିଡିଏସ୍‌ ସୁପରଭାଇଜରଙ୍କୁ ଆଧାର, ଭୋଟର କାର୍ଡ, ପାନ୍‌ କାର୍ଡ କିମ୍ବା ପାସ୍‌ପୋର୍ଟକୁ ଦେଖାଇ ପାରିବେ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମସ୍ତ କେନ୍ଦ୍ର ଖୋଲା ରହିବ। ଭୁବନେଶ୍ୱରରେ ୧୦୧ କେନ୍ଦ୍ରରେ ସର୍ଭେ କାର୍ଯ୍ୟ ହେବ। ମୋଟ ୨୦୮ ବର୍ଗଙ୍କୁ ପଛୁଆ ବର୍ଗ ଭାବେ ସର୍ଭେରେ ସ୍ଥାନ ଦିଆଯିବ। ଅଫ୍‌ଲାଇନ ସର୍ଭେ ପାଇଁ ସହରାଞ୍ଚଳରେ ମାଷ୍ଟର ଟ୍ରେନରଙ୍କ ତାଲିମ ଶେଷ ହୋଇଛି। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ମାଷ୍ଟର ଟ୍ରେନରମାନେ ଏନୁମରେଟର ଏବଂ ସୁପରଭାଇଜରଙ୍କୁ ୬ରୁ ୧୩ ତାରିଖ ଭିତରେ ପ୍ରଥମ ପର୍ଯ୍ୟାୟ ତାଲିମ ଦେବେ। ଦ୍ୱିତୀୟ ପର୍ଯ୍ୟାୟ ତାଲିମ ୧୮ରୁ ୨୪ ମଧ୍ୟରେ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?