ଓ୍ବାଇଜ୍‌ମ୍ୟାନ୍‌ର ଛାତ୍ର ଭାବବିନିମୟ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୧।୭: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓ୍ବାଇଜ୍‌ମ୍ୟାନ୍‌ ଗ୍ଲୋବାଲ ଏଲ୍‌ଏଲ୍‌ପି ପକ୍ଷରୁ ମଙ୍ଗଳବାର ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ବିଦେଶରେ ମେଡିକାଲ ଶିକ୍ଷା ଗ୍ରହଣ ପାଇଁ ଆଶୟୀ ଛାତ୍ରୀଛାତ୍ରମାନଙ୍କୁ ନେଇ ଛାତ୍ର ଭାବବିନିମୟ କାର୍ଯ୍ୟକ୍ରମର ଆୟୋଜନ କରିଥିଲା। ଏହି କାର୍ଯ୍ୟକ୍ରମରେ ୫୦ରୁ ଅଧିକ ଛାତ୍ର ଓ ସେମାନଙ୍କର ଅଭିଭାବକମାନେ ମଧ୍ୟ ଯୋଗଦେଇଥିଲେ। ବିଶେଷକରି ଯେଉଁମାନେ ଭାରତ କିମ୍ବା ଓଡ଼ିଶାରେ ମେଡିକାଲ ପାଇଁ କୌଣସି ସୁବିଧା ପାଉନାହାନ୍ତି ସେମାନଙ୍କୁ ପ୍ରତିଷ୍ଠାନ ବିଦେଶରେ ମେଡିକାଲ ଶିକ୍ଷା ପ୍ରଦାନ ପାଇଁ ଆବଶ୍ୟକ ସହଯୋଗ କରୁଛି। ଉଲ୍ଲେଖଯୋଗ୍ୟ, ଓ୍ବାଇଜ୍‌ମ୍ୟାନ୍‌ ଗ୍ଲୋବାଲ ଏଲ୍‌ଏଲ୍‌ପି ଓ ଇଣ୍ଟରନ୍ୟାଶନାଲ ସ୍କୁଲ ଅଫ୍‌ ମେଡିସିନ (ଆଇଏସ୍‌ଏମ୍‌)ର ମିଳିତ ସହଯୋଗରେ ଦିନିକିଆ ଷ୍ଟୁଡେଣ୍ଟ ଓରିଏଟେଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଉଭୟ ସଂସ୍ଥାର ବିଶେଷଜ୍ଞମାନେ ଯୋଗଦେଇ ବିଦେଶର ମେଡିକାଲ ଶିକ୍ଷାର ସୁବିଧା ଓ ଲାଭବାନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି କିଭଳି ଜଣେ ଭାରତୀୟ ଛାତ୍ରୀ ବିଦେଶରେ ସୁରକ୍ଷିତ ଓ ସୁଲଭ ମୂଲ୍ୟରେ ମେଡିକାଲ ଶିକ୍ଷା ଶେଷକରି ସ୍ବଦେଶ ଫେରିପାରିବ ସେସବୁ ଦାୟିତ୍ୱ ଓ୍ବାଇଜ୍‌ମ୍ୟାନ୍‌ ଗ୍ଲୋବାଲ ଏଲ୍‌ଏଲ୍‌ପିର ବୋଲି ସଂସ୍ଥାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଥିଲା। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ଲକ୍ଷ୍ମୀସାଗରସ୍ଥିତ କଟକ-ପୁରୀ ରୋଡ୍‌ରେ ଓ୍ବାଇଜ୍‌ମ୍ୟାନ୍‌ ଗ୍ଲୋବାଲ ଏଲ୍‌ଏଲ୍‌ପିର ଶାଖା କାର୍ଯ୍ୟାଳୟ ରହିଛି। ଏପରିକି ସର୍ବଭାରତୀୟ ସ୍ତରରେ ପ୍ରତିଷ୍ଠାନ ୧୪ ଶାଖା ଦେଶର ବିଭିନ୍ନ ରାଜ୍ୟରେ କାର୍ଯ୍ୟକ୍ଷମ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri