ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ। ଓଜନ ବୃଦ୍ଧି ବା ମେଦବହୁଳତା ଯୋଗୁ ଏପରି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ଜଣେ ଆଜ୍‌ମା ରୋଗୀ ନିଜ ଖାଦ୍ୟପେୟ ପ୍ରତି ଯେତିକି ସତର୍କ ରହିବା ଦରକାର ତା’ସହ ନିଜର ଓଜନ କିପରି ସନ୍ତୁଳିତ ରହିବ ସେ ନେଇ ଦୃଷ୍ଟି ଦେବା ଆବଶ୍ୟକ ବୋଲି ଲଣ୍ଡନ ୟୁନିଭର୍ସିଟିର ଛାତିରୋଗ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏହି ରୋଗୀ ନିଜ ଖାଦ୍ୟ ତାଲିକାରେ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ସାମିଲ କରିବା ଦରକାର। ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ତଟକା ଫଳମୂଳ ସାମିଲ କରନ୍ତୁ। ଯଦି ବାହାରକୁ ବୁଲିବାକୁ ଯାଉଛନ୍ତି ତେବେ ନାକ ଏବଂ ପାଟିକୁ ପରିଷ୍କାର କପଡା କିମ୍ବା ମାସ୍କରେ ଢାଙ୍କିବାକୁ ଭୁଲନ୍ତୁ ନାହିଁ। କାରଣ ବାହାରର ଧୂଳିକଣା ଶରୀର ଭିତରକୁ ପ୍ରବେଶ କଲେ ଏହି ସମସ୍ୟା ଆହୁରି ବଢ଼ିଯିବାର ଆଶଙ୍କା ରହିଛି। ଯଦି ଆପଣ ଆଜ୍‌ମା ଦ୍ୱାରା ଆକ୍ରାନ୍ତ ତେବେ ଏ ନେଇ ନିଜକୁ ଚିନ୍ତାଗ୍ରସ୍ତ ରଖନ୍ତୁ ନାହିଁ। କାରଣ ଏହାଦ୍ୱାରା ମନରେ ନକାରାତ୍ମକ ମାନସିକତା ଅଧିକ ସକ୍ରିୟ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri