ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟ ଅନୁଯାୟୀ, ଆଜିର ଖାଦ୍ୟପେୟ କାଲିର ଅର୍ଥନୀତିକୁ ନିର୍ଧାରଣ କରିବ। ଅତ୍ୟଧିକ ପ୍ରକ୍ରିୟାକୃତ ଖାଦ୍ୟ ବ୍ୟବହାର ଯୋଗୁଁ ଦେଶର ଉତ୍ପାଦକତା ହ୍ରାସ ପାଇବା ସହ ସରକାରୀ ସ୍ୱାସ୍ଥ୍ୟସେବା ଖର୍ଚ୍ଚ ବୃଦ୍ଧି ପାଇବାର ଆଶଙ୍କା ଦେଖାଦେଇଛି।

ରିପୋର୍ଟ ଅନୁଯାୟୀ ଦେଶର ୨୪% ମହିଳା ଏବଂ ୨୩% ପୁରୁଷଙ୍କ ଓଜନ ଆବଶ୍ୟକତାଠାରୁ ଅଧିକ ରହିଛି। ଯେତେବେଳେ କି ୫ ବର୍ଷରୁ କମ୍ ଶିଶୁଙ୍କ ମଧ୍ୟରେ ମେଦବହୁଳତା ହାର ୩.୪%କୁ ବୃଦ୍ଧି ପାଇଛି। ୨୦୩୫ ସୁଦ୍ଧା ପୃଥୁଳ ଶିଶୁଙ୍କ ସଂଖ୍ୟା ୮.୩ କୋଟିରେ ପହଞ୍ଚିବା ନେଇ ଆକଳନ କରାଯାଇଛି।

୨୦୦୬ ରୁ ୨୦୧୯ ମଧ୍ୟରେ ପ୍ରକ୍ରିୟାକୃତ ଖାଦ୍ୟର ବିକ୍ରି ୪୦ ଗୁଣା ବୃଦ୍ଧି ପାଇଛି, ଯାହା ସିଧାସଳଖ ଓଜନ ବୃଦ୍ଧିର କାରଣ ସାଜିଛି। ମେଦବହୁଳତା ଯୋଗୁଁ ଡାଇବେଟିସ୍, ହୃଦରୋଗ ଓ ଶ୍ୱାସରୋଗ ଭଳି ସମସ୍ୟା ବଢ଼ୁଛି, ଯାହାର ଆର୍ଥିକ ବୋଝ ପରିବାର ଏବଂ ରାଜ୍ୟ ଉପରେ ପଡ଼ୁଛି।

ତେଣୁ ମେଦବହୁଳତା ରୋକିବା ପାଇଁ ଅର୍ଥନୈତିକ ସର୍ଭେରେ କିଛି କଠୋର ପଦକ୍ଷେପ ପାଇଁ ପରାମର୍ଶ ଦିଆଯାଇଛି। ଏଥିପାଇଁ ଅତ୍ୟଧିକ ପ୍ରକ୍ରିୟାକୃତ ଖାଦ୍ୟର ବିଜ୍ଞାପନ ଉପରେ ସକାଳ ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ କଟକଣା ଲଗାଇବାକୁ ପ୍ରସ୍ତାବ ଦିଆଯାଇଛି। ଅଧିକ ଚିନି, ଲୁଣ ଓ ଚର୍ବିଯୁକ୍ତ ଖାଦ୍ୟ ଉପରେ ସର୍ବାଧିକ GST ସ୍ଲାବ୍ ଏବଂ ସର୍ଚାର୍ଜ ଲଗାଇବାକୁ ବିଚାର କରାଯାଉଛି।

ସେପଟେ ‘ଫିଟ୍ ଇଣ୍ଡିଆ’ ଏବଂ ‘ଇଟ୍ ରାଇଟ୍ ଇଣ୍ଡିଆ’ ଭଳି ଅଭିଯାନ ମାଧ୍ୟମରେ ଲୋକଙ୍କୁ ସୁସ୍ଥ ଜୀବନଶୈଳୀ ଆପଣାଇବାକୁ ଉତ୍ସାହିତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri