ଓଭରଲୋଡ୍‌ ଗାଡ଼ି ଚଳାଚଳକୁ ବିରୋଧ

ଯାଜପୁରରୋଡ୍‌,୧୨ା୭(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌରପରିଷଦ ୧ନଂ. ୱାର୍ଡ ଯୋଡ଼ାବର ନିକଟରେ ଏକ କମ୍ପାନୀର ଓଭରଲୋଡ୍‌ ଗାଡ଼ି ଚଳାଚଳକୁ ବିରୋଧ କରାଯାଇଛି। ଏନେଇ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହେବାପରେ ପ୍ରଶାସନ ପକ୍ଷରୁ ମୋଟ୍‌ ୨୪ ହାଇଓ୍ବାରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନ୍ୟପଟେ ସମ୍ପୃକ୍ତ ସଂସ୍ଥା ପରିବହନ ସାମଗ୍ରୀର ଆକ୍ଷରିକ ଟିକସଠରୁ କମ ଦେଖାଇ ଜିଏସଟି ଫାଙ୍କୁଥିବା ଜଣାପଡ଼ିଛି। ଫଳରେ ଯାଜପୁରରୋଡ୍‌ ଜିଏସ୍‌ଟି ଅଧିକାରୀ ପହଞ୍ଚି ସଂସ୍ଥା ଉପରେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା କରିଥିବା ସୂଚନା ମିଳିଛି।
ଅଭିଯୋଗ ଅନୁସାରେ, ଯୋଡ଼ାବର ନିକଟରେ ଏକ ରେଳ ପ୍ରକଳ୍ପ ରାସ୍ତା ନିର୍ମାଣ ଚାଲିଛି। ଏହି ରାସ୍ତା ନିର୍ମାଣ ପାଇଁ ଏକ କମ୍ପାନୀକୁ ଠିକା ଦିଆଯାଇଛି। ମାତ୍ର ସମ୍ପୃକ୍ତ ସଂସ୍ଥା ହାଇଓ୍ବା ଯୋଗେ ବିଭିନ୍ନ ସାମଗ୍ରୀ ଯୋଡ଼ାବର ଗ୍ରାମ ରାସ୍ତା ଦେଇ ପରିବହନ କରୁଛି। ଫଳରେ ଉକ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ଏ ସମ୍ପର୍କରେ ଗ୍ରାମବାସୀ ଜିଲାପାଳଙ୍କ ଜନଜଣାଶୁଣାଣି ଶିବିରରେ ଅଭିଯୋଗ କରିବା ପରେ ଜିଲାପାଳ କମ୍ପାନୀକୁ ଭାରୀଯାନ ଚଳାଚଳ ବନ୍ଦ କରିବାକୁ ନିର୍ଦ୍ଦେଶ ଦେବା ସହ ଉକ୍ତ ରାସ୍ତା ମରାମତି ପାଇଁ କହିଥିଲେ। ମାତ୍ର ଜିଲାପାଳଙ୍କ ନିର୍ଦ୍ଦେଶକୁ ଉକ୍ତ ଠିକା ସଂସ୍ଥା ଫୁ’ କରି ହାଇଓ୍ବାରେ ଓଭରଲୋଡ୍‌ ସାମଗ୍ରୀ ପରିବହନ ଜାରିରଖିଛି। ଏବେ ବର୍ଷା ଦିନ ହୋଇଥିବାରୁ ରାସ୍ତାରେ ବଡ଼ ବଡ଼ ଗର୍ତ୍ତ ସୃଷ୍ଟି ହୋଇ ବର୍ଷା ପାଣି ଜମିରହିଛି। ଫଳରେ ଏହି ରାସ୍ତାରେ ଯାତାୟାତ କରୁଥିବା ସ୍କୁଲ୍‌, କଲେଜ ପିଲା ଏବଂ ଗ୍ରାମବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଗୁରୁବାର ଯୋଡ଼ାବର ଗ୍ରାମବାସୀ କମ୍ପାନୀର ଗାଡ଼ିଗୁଡିକୁ ଅଟକାଇଥିଲେ। ଗାଡିଗୁଡ଼ିକରେ କ୍ଷମତାଠାରୁ ଅଧିକ ସାମଗ୍ରୀ ଥିବା ଜାଣିବାକୁ ପାଇଥିଲେ। ଏନେଇ ସେମାନେ ଯାଜପୁର ଜିଲାପାଳଙ୍କୁ ଜଣାଇଥିଲେ। ଜିଲାପାଳ ଯାଜପୁର ପରିବହନ ଅଧିକାରୀଙ୍କୁ ଜଣାଇବାକୁ କହିଥିଲେ। ଖବର ପାଇ ଯାଜପୁରରୋଡ୍‌ ପୋଲିସ ଓ ଯାଜପୁର ପରିବହନ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିଗୁଡ଼ିକର କାଗଜପତ୍ର ଯାଞ୍ଚ କରିଥିଲେ। ଗାଡ଼ିଗୁଡ଼ିକର ଆବଶ୍ୟକୀୟ କାଗଜପତ୍ର ନ ଥିବାବେଳେ ଓଭରଲୋଡ୍‌ ଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri